ଯୁବକଙ୍କୁ ମାଡ଼ ମାରି ସାତବେଣ୍ଟିଆ କରି ବୁଲାଇଲେ

ମଙ୍ଗୁଳି,୨୧ା୭(ଡି.ଏନ୍‌.ଏ.): କଟକ ଜିଲା ଟାଙ୍ଗୀ ହାଟବଜାରରେ ବୁଧବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ୟବସାୟୀଙ୍କ ପକେଟ୍‌ରୁ ମନିପର୍ସ ଚୋରି କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ନିସ୍ତୁକ ମାଡ ମରାଯିବା ସହ ତାଙ୍କ ମୁଣ୍ଡ ଓ ଆଖିପତାର ଚୁଟି କାଟି ସାତବେଣ୍ଟିଆ କରି ହାଟରେ ବୁଲା ଯାଇଛି। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ଟାଙ୍ଗୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ଅନୁଯାୟୀ, କିଛିଦିନ ହେବ ଟାଙ୍ଗୀ ହାଟରୁ ଚୋରି ହେଉଥିବା ଅଭିଯୋଗ ହୋଇଥିଲା। ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ହାଟର ଜଣେ ବ୍ୟବସାୟୀଙ୍କ ପକେଟ୍‌ରୁ ମନିପର୍ସ ଚୋରି ହୋଇଥିଲା। ଫଳରେ ସେଠାରେ ବୁଲୁଥିବା ଯାଜପୁର ଜିଲା ସମପୁର ଗ୍ରାମର ଅମର ଦାସଙ୍କ ଉପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ସନ୍ଦେହ ହୋଇଥିଲା। ତାଙ୍କୁ କାବୁକରି ତଲାସୀ କରିବାକୁ ପକେଟ୍‌ରୁ ମନିପର୍ସ ବାହାରିଥିଲା। ଏହି ସମୟରେ ସେଠାରେ ଉପସ୍ଥିତ ଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଯୁବକ ଅମରଙ୍କ ହାତକୁ ରଶିରେ ବାନ୍ଧି ଆଣ୍ଠେଇ ଦେଇଥିଲେ। ପରେ ମାଡ ମାରିବା ସହ ଏକ ଖୁରରେ ତାଙ୍କ ଚୁଟି କାଟି ହାଟରେ ବୁଲାଇଥିଲେ। ଅମର କାନ୍ଦି କାନ୍ଦି ନେହୁରା ହୋଇଥିଲେ ମଧ୍ୟ ସମ୍ପୃକ୍ତ ଯୁବକ ଜଣଙ୍କ କିଛି ଶୁଣି ନ ଥିଲେ। ଏପରି କି ଏହି ସମସ୍ତ ଘଟଣାର ଭିଡିଓ କରି ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ କରିଥିଲେ। ଏହି ଘଟଣା ପରେ ଅମର ଘଟଣାସ୍ଥଳରୁ ପଳାଇ ଯାଇଛନ୍ତି। ଅପରପକ୍ଷେ ମାଡ଼ ମାରିଥିବା ଯୁବକଙ୍କ ପରିଚୟ ମିଳିପାରି ନାହିଁ। ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଧାରଣରେ ଦାବି ହେଉଛି। ଏ ନେଇ ଟାଙ୍ଗୀ ଥାନା ଅଧିକାରୀ ସୁଚିତ୍ରବୀର୍ଯ୍ୟ ଦାସ କହିଛନ୍ତି, ଘଟଣା ସମ୍ପର୍କରେ ଥାନାରେ ଲିଖିତ ଅଭିଯୋଗ ହୋଇନାହିଁ। ତଥାପି ଘଟଣାକୁ ଗୁରୁତ୍ୱ ସହ ନେଇ ଘଟଣାସ୍ଥଳକୁ ପୋଲିସ ପଠାଇ ତଦନ୍ତ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?