ବାଡେଇ ବାଡେଇ ଥାନାରେ ଛାଡିଲେ

ଭଦ୍ରକ ଅଫିସ, ୨୦।୬: ଏଟିଏମ୍‌ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି ଭଦ୍ରକ ଜିଲା ଧାମନଗର ଥାନା ଅଞ୍ଚଳରେ। ନାୟକସାହି ଅଞ୍ଚଳର ଜଣେ ଯୁବକଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ଠିକା କର୍ମଚାରୀ ଏବଂ ତାଙ୍କ ସହଯୋଗୀ ଏକ ରଶିରେ ବାନ୍ଧି ଘୋଷାରି ଘୋଷାରି ପିଟିଛନ୍ତି। ପ୍ରଥମେ ବଡ଼ବଜାର ପାଖରେ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ତାଙ୍କୁ ପିଟିଥିଲେ। ପରେ ଖୁଣ୍ଟରୁ ଖୋଲି ରାସ୍ତାରେ ପିଟି ପିଟି ତାଙ୍କୁ ଥାନା ଯାଏ ନେଇଥିଲେ। ଶତାଧିକ ଲୋକଙ୍କ ଆଖି ଆଗରେ ଏହି ଘଟଣା ଘଟିଥିଲେ ମଧ୍ୟ ସମ୍ପୃକ୍ତ ମହିଳାଙ୍କ ଉଗ୍ର ରୂପ ଦେଖି ଅଟକାଇବାକୁ କେହି ସାହସ କରି ନ ଥିଲେ।
ପ୍ରକାଶ ଯେ, ମାଡ଼ ଖାଇଥିବା ଯୁବକ ଜଣଙ୍କ ସମ୍ପୃକ୍ତ ମହିଳା କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ କୌଶଳ କ୍ରମେ ଏଟିଏମ୍‌ କାର୍ଡରେ ଟଙ୍କା ଉଠାଇ ନେଇଛନ୍ତି। ଏ ସମ୍ପର୍କରେ ମହିଳା କର୍ମଚାରୀ ଥାନାରେ ଏତଲା ଦେବା ପରେ ପୋଲିସ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କୁ କୋର୍ଟ ଚାଲାଣ ପରେ ଏହି ଭିଡିଓ ଭାଇରାଲ ହେଉଛି। ଏ ନେଇ ଧାମନଗର ଥାନା ଅଧିକାରୀ ପ୍ରଦୀପ ମହନ୍ତଙ୍କୁ ପଚାରିବାରୁ କହିଛନ୍ତି, ଉକ୍ତ ଯୁବକଙ୍କୁ ଟଙ୍କା ଚୋରି ଅଭିଯୋଗରେ ଗିରଫ କରାଯାଇଛି। ଥାନାରେ ମାମଲା (ନଂ. ୧୭୦/୨୧) ରୁଜୁ ହୋଇଛି। ହେଲେ ମାଡ଼ ମରାଯାଇଥିବା ନେଇ କୌଣସି ଅଭିଯୋଗ ଆସିନାହିଁ। ଭିଡିଓ ଭାଇରାଲ ଘଟଣାରେ ଆବଶ୍ୟକ ପଡ଼ିଲେ ମାମଲା ରୁଜୁ ହୋଇ ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri