ନକଲି ସୁନା ଅଳଙ୍କାର ବିକି ଧରାପଡ଼ିଲେ ଯୁବକ

ଚାନ୍ଦବାଲି,୧୩।୩(ଡି.ଏନ.ଏ.)-ବ୍ୟବସାୟୀଙ୍କୁ ନକଲି ସୁନା ଅଳଙ୍କାର ବିକ୍ରି କରୁଥିବା ବେଳେ ଧରା ପଡ଼ିଛନ୍ତି ଜଣେ ଯୁବକ। ତାଙ୍କ ନିକଟରୁ ୩୮ ଗ୍ରାମର ନକଲି ସୁନା ଅଳଙ୍କାର ସହିତ ଏକ କାର୍‌ ଜବତ କରିଛି ପୋଲିସ। ଶୁକ୍ରବାର ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ବଜାରରେ ଏଭଳି ଘଟଣା ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ଅପରାହ୍ନ ପ୍ରାୟ ୪ଟା ବେଳେ ଜଣେ ଯୁବକ ଏକ କାର୍‌ରେ ଆସି ମୁହଁରେ ମାସ୍କ ଲଗାଇ ମତୋ ବଜାରର ଜଣେ ସୁନା ବ୍ୟବସାୟୀଙ୍କୁ ଚୁଡ୍‌ ବିକ୍ରି କରିବାକୁ ଦେଖାଇଥିଲେ। ଅଳଙ୍କାର ଉପରେ ବିଏସ୍‌ଆଇର ହଲମାର୍କ ମଧ୍ୟ ରହିଥିଲା। ଭଉଣୀ ବିବାହ ପାଇଁ ଏହି ଅଳଙ୍କାରକୁ ବିକି ଅନ୍ୟ କିଛି ଅଳଙ୍କାର ନେବାକୁ ସେ ଯୋଜନା କରିଥିବା କହିଥିଲେ। ସମ୍ପୃକ୍ତ ସୁନା ଦୋକାନୀଙ୍କର ସନ୍ଦେହ ହେବାରୁ ସେ ଏହାକୁ ପରୀକ୍ଷା କରିବା ପରେ ହଲ୍‌ମାର୍କ ସତ୍ତ୍ୱେ ନକଲି ବୋଲି ଜଣାପଡ଼ିଥିଲା। ଏହାପରେ ଯୁବକଙ୍କୁ ତାଙ୍କ ଘର ପଚାରିବାରୁ ସେ ସ୍ଥାନୀୟ ବାଂଶଡ଼ା ଥାନା ଅଧୀନ ଯଶୀପୁର ବୋଲି କହିଥିଲେ। ଅଧିକ ପଚରାଉଚରା କରିବାରୁ ଘର କଟକ ଜିଲାର ସାଲେପୁର ଅଞ୍ଚଳରେ କହିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଧରି ମତୋ ଫାଣ୍ଡିରେ ଜିମା ଦେଇଥିଲେ। ମତୋ ଫାଣ୍ଡିରୁ ତାଙ୍କୁ ଚାନ୍ଦବାଲି ଥାନାକୁ ନିଆଯାଇଛି। ଚାନ୍ଦବାଲିର କେତେଜଣ ବ୍ୟବସାୟୀଙ୍କୁ ଏପରି ଠକିଥିବା ନେଇ ଆଲୋଚନା ହେଉଛି। ପୋଲିସ ଏ ନେଇ ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri