ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକଙ୍କୁ ଅନ୍ୟ ଜଣେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ଜଣା ପଡ଼ିଛି ।
ସୂଚନାନୁସାରେ, ଗାଁର ଜିତେନ୍ଦ୍ର ସାହୁ ଓ ପୀତବାସ ସାହୁଙ୍କ ମଧ୍ୟରେ ପୂର୍ବରୁ ଟଙ୍କା ନେଣଦେଣକୁ ନେଇ ଶତ୍ରୁତା ଲାଗି ରହିଥିଲା । ଏହାକୁ ନେଇ ଅନେକ ସମୟରେ ଉଭୟଙ୍କ ମଧ୍ୟରେ ଝଗଡା ମଧ୍ୟ ହେଉଥିଲା। ଗତକାଲି ମଧ୍ୟ ଝଗଡ଼ା ହୋଇଥିବା ବେଳେ ଜିତେନ୍ଦ୍ର ମଦ୍ୟପାନ କରି ପୀତବାସଙ୍କୁ ଗାଳି ଗୁଲଜ କରିଥିଲେ । ରାତିରେ ଜିତେନ୍ଦ୍ର ପାତ୍ରପଡ଼ା ଗଡଭିତର ସାହିରେ ଥିବା ମନ୍ଦିର ପାଖରେ ବସିଥିବା ବେଳେ ପୀତବାସ ଏକ ଟାଙ୍ଗିଆ ଧରି ଜିତେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ । ରାସ୍ତା ଉପରେ ଗୋଡ଼ାଇ ଗୋଡ଼ାଇ ସେ ଜିତେନ୍ଦ୍ରଙ୍କୁ ହାଣି ହତ୍ୟା କରିଥିଲେ । ଖବରପାଇ ବାଗଡିଆ ଫାଣ୍ଡି ଏସ୍‌ଆଇ ଆଶିଷ କୁମାର ଦାଶ ଓ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପୀତବାସଙ୍କୁ ଅଟକ ରଖିଥିବା ଜଣାପଡ଼ିଛି । ଏ ନେଇ ଖବରପାଇ ଆଠମଲ୍ଲିକ ଏସ୍‌ଡିପିଓ ଭବାନୀ ଶଙ୍କର ଉଦଗାତା, ନିଶା ଶିଳ୍ପାଞ୍ଚଳ ଥାନା ଅଧିକାରୀ ପ୍ରିୟବ୍ରତ ଦାଶ ଓ ଛେଣ୍ଡିପଦା ଥାନା ଅଧିକାରୀ ପହଞ୍ଚି ଛାନଭିନ୍‌ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର…

ପ୍ରଥମେ ସହରରେ ଏଲପିଜି ଗ୍ୟାସ ସିଲିଣ୍ଡର ମିଳିବ ନା ଗାଁରେ, ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬।୩: ଆଜିକାଲି ଲୋକଙ୍କ ମନରେ ଏକ ପ୍ରମୁଖ ପ୍ରଶ୍ନ ହେଉଛି ଯେ ସେମାନେ ପ୍ରଥମେ ସହରରେ ପ୍ରଥମେ ସିଲିଣ୍ଡର ପାଇବେ ନା ଗ୍ରାମାଞ୍ଚଳରେ। ବର୍ଦ୍ଧିତ ଚାହିଦା ଏବଂ…

ଯୁବକଙ୍କ ପାଇଁ ନାକେଦମ ହେଲାଣି ପୋଲିସ-ଦମକଳ ବାହିନୀ: ଟାଓ୍ବାର ଉପରକୁ ଚଢିଯିବାରୁ…

ମୋରଡା,୨୬।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବକଙ୍କ ପାଇଁ ପୋଲିସ ଓ଼ ଦମକଳ ବାହିନୀକୁ ନାକେଦମ…

ପୁଣିଥରେ ହେବ କି ୱାର୍କ ଫ୍ରମ୍ ହୋମ୍ ଏବଂ ସ୍କୁଲ ସଟ୍ ଡାଉନ? ଏପରି କିଛି କହିଦେଲେ ବିଶେଷଜ୍ଞ, ସମସ୍ତେ କାବା..

ନୂଆଦିଲ୍ଲୀ,୨୬।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ସାଧାରଣ ଲୋକଙ୍କ ଜୀବନକୁ ପ୍ରଭାବିତ କରୁଛି। ଏହା ବିଶ୍ୱର ଶକ୍ତି ଯୋଗାଣ ଏବଂ ଇନ୍ଧନ…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଏସଡିଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୫ଟି ସ୍ଥାନରେ ଚାଲିଛି ତନାଘନା

ଭଞ୍ଜନଗର,୨୬୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ଭାରତ ସମେତ ଏହି ୫ଦେଶକୁ ଇରାନ କହିଲା ଭଲ ବନ୍ଧୁ, ଯୁଦ୍ଧ ଭିତରେ କରିଦେଲା ବଡ଼ ଘୋଷଣା, ଟ୍ରମ୍ପ ଶୁଣି ଛାନିଆ!

ତେହରାନ,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦର ୨୭ତମ ଦିନରେ, ଇରାନ ଏକ ଆଶ୍ୱସ୍ତିକର ଖବର ଦେଇଛି। ଇରାନର ଉପ-ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ଘୋଷଣା କରିଛନ୍ତି ଯେ ଭାରତ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri