Posted inଫୁରସତ

ଷଣ୍ଢ ସହିତ ଖେଳୁଥିଲେ ଯୁବକ, ଏମିତି ଦେଲା ପାନେ

ବିହାରର ଛପରାରେ ଜଣେ ଯୁବକଙ୍କୁ ଷଣ୍ଢ ସହ ଖେଳିବା ମହଙ୍ଗା ପଡ଼ିଛି। ଘର ବାହାରେ ଠିଆ ହୋଇଥିବା ଏକ ଷଣ୍ଢର ଶିଙ୍ଘକୁ ଯୁବକ ଜଣକ ଧରିଥିଲେ। କେତେଥର ଷଣ୍ଢଟି ଶିଙ୍ଘ ହଲାଇ ଯୁବକଙ୍କୁ ଦୂରେଇ ଦେଉଥାଏ। ମାତ୍ର ଯୁବକ ଜଣକ ବାରମ୍ବାର ଷଣ୍ଢର ଶିଙ୍ଘକୁ ଧରୁଥାନ୍ତି। ଶେଷରେ ଷଣ୍ଢଟି ଏତେ ରାଗିଗଲା ଯେ, ଯୁବକଙ୍କୁ ଶିଙ୍ଘରେ ଧରି ଭୂମିରେ କଚାଡ଼ି ଦେଲା।

ଏହି ଘଟଣାର କେହି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଭାଇରାଲ କରି ଦେଇଛନ୍ତି। ଭାଇରାଲ ହୋଇଥିବା ଏହି ଭିଡିଓଟି ଅଗଷ୍ଟ ୩ରେ ଶେୟାର କରାଯାଇଥିଲା। ଏଠାକାର ଲୋକେ କୁହନ୍ତି, ଷଣ୍ଢଟି ଏହି ଅଞ୍ଚଳରେ ସବୁବେଳେ ବୁଲାବୁଲି କରୁଥାଏ। ଲୋକେ ତାକୁ ଖାଇବା ପିଇବାକୁ ଦେଇଥାନ୍ତି। ସେ କାହାର କିଛି କ୍ଷତି କରେ ନାହିଁ। ମାତ୍ର ଏହି ଯୁବକ ଜଣଙ୍କ ଷଣ୍ଢକୁ ଭୀଷଣ ରଗାଇ ଦେଇଥିବାରୁ ସେ ଆକ୍ରମଣାତ୍ମକ ହୋଇ ତାଙ୍କୁ କଚାଡ଼ି ଦେଇଛି। ତେଣୁ ଜୀବଜନ୍ତୁଙ୍କ ସହ ଖେଳିବା ଆଦୌ ଉଚିତ୍‌ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri