ବନ୍ଧୁକରୁ ଗୁଳି ଫୁଟି ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୭ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନାଠାରୁ ମାତ୍ର ୨ଶହ ମିଟର ଦୂର ପଞ୍ଚାୟତ କାର୍ଯ୍ୟାଳୟଏବଂ ବ୍ଲକ କାର୍ଯ୍ୟାଳୟ ନିକଟରେ ବନ୍ଧୁକରୁ ଗୁଳି ଫୁଟି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ କୋଟଗଡ଼ ଥାନା ଅଞ୍ଚଳର ଏଲିଅ ସୁନାମାଝି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ଆଇଆଇସି କୌଶିକ ମାଝି କହିଛନ୍ତି। ଗୁରୁତର ସନାଙ୍କୁ ପୋଲିସ ଉଦ୍ଧାର କରି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ଗୁଳି ଫୁଟି ତାଙ୍କ ହାତ ପାପୁଲିରେ ଆଘାତ ଲାଗିଥିବା ଜଣାପଡ଼ିଛି।

ପ୍ରକାଶ ଯେ, ଏଲିଅ ଏକ ଗୁଳି ଭର୍ତ୍ତି ବନ୍ଧୁକ ନେଇ ଦାରିଙ୍ଗବାଡ଼ି ଅଞ୍ଚଳକୁ ଆସିଥିଲେ। ବନ୍ଧୁକଟିକୁ ଏକ ବସ୍ତା ଭିତରେ ଲୁଚାଇ ସେ କେଉଁଆଡ଼େ ନେଉଥିଲେ ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ କହିଛି। ତାଙ୍କ ସମ୍ପୂର୍ଣ୍ଣ ପରିଚୟ ଏବଂ ସେ କାହିଁକି ବନ୍ଧୁକ ଧରି କୋଟଗଡ଼ ଅଞ୍ଚଳରୁ ଦାରିଙ୍ଗବାଡ଼ି ଅଞ୍ଚଳକୁ ଆସିଥିଲେ ଏ ସମସ୍ତ ତଥ୍ୟ ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ କହିଛି। ପୋଲିସ ନିଜ ପଟୁ ଏକ ମାମଲା ରୁଜୁ କରି ତଦନ୍ତ କରିବ। ଘଟଣାକୁ ପୋଲିସ ଅତି ଗୁରୁତର ଭାବେ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri