ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତାଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କିଛି ଦିନର ନୀରବତା ପରେ ରାଜଧାନୀ ରାସ୍ତାରେ ରକ୍ତର ଛିଟା ପଡ଼ିଛି। ମଙ୍ଗଳବାର ନୟାପଲ୍ଲୀ ଥାନା ଅନ୍ତର୍ଗତ ଜୟଦେବବିହାର ବିଜୁ ପଟ୍ଟନାୟକ କଲେଜ ଛକରେ ଜଣେ ଜେଲ ଫେରନ୍ତାଙ୍କୁ ତାଙ୍କ ଗୋଷ୍ଠୀର ୬ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଫଳରେ ଆକ୍ରମଣରେ ଯୁବକ ଜଣକ ଗୁରୁତର ହୋଇଛନ୍ତି। ଆହତ ଯୁବକ ହେଲେ ସାଲିଆ ସାହିର ନୀଳାଚଳ ବେହେରା(୩୦)। ତାଙ୍କ ଦୁଇ ହାତ ସହ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ନୀଳାଚଳଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଡିସିପି ପ୍ରତୀକ ସିଂ କହିଛନ୍ତି, ଆକ୍ରମଣ କରିଥିବା ଯୁବକମାନେ ଅପରାଧୀ ଗୋଷ୍ଠୀ ସହ ସମ୍ପୃକ୍ତ। ସେମାନଙ୍କ ନାମରେ ପୂର୍ବରୁ ଆପରାଧିକ ମାମଲା ରହିଛି। ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ମାମଲାରେ ସମ୍ପୃକ୍ତ ଯୁବକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି ସିଂ କହିଛନ୍ତି।
ସୂଚନା ଅନୁଯାୟୀ, ୨୦୨୧ ମେ ୧୦ରେ ଜଣେ ବ୍ୟକ୍ତିଙ୍କୁ ନୀଳାଚଳ ଓ ତାଙ୍କ ଗୋଷ୍ଠୀର ସଦସ୍ୟମାନେ ଆକ୍ରମଣ କରିଥିଲେ। ଏହି ମାମଲାରେ ନୀଳାଚଳ ଗିରଫ ହୋଇ ଜେଲ ଯାଇଥିଲେ। ପରବର୍ତ୍ତୀ ସମୟରେ ଉକ୍ତ ଗୋଷ୍ଠୀର ଅନ୍ୟ ଜଣେ ଯୁବକ ମଧ୍ୟ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ପରେ ସେମାନେ ଜାମିନରେ ଆସିଥିଲେ। ହେଲେ କିଛି ଦିନ ତଳେ କୌଣସି କାରଣରୁ ତାଙ୍କ ଗୋଷ୍ଠୀର ସଦସ୍ୟଙ୍କ ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ତେଣୁ ନୀଳାଚଳ ଉକ୍ତ ଗୋଷ୍ଠୀରେ ମିଶିବା ବନ୍ଦ କରି ଦେଇଥିଲେ। ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ନୀଳାଚଳ ବିଜୁ ପଟ୍ଟନାୟକ ଛକରେ ଛିଡ଼ା ହୋଇ କେତେଜଣଙ୍କ ସହ ଆଲୋଚନା କରୁଥିଲେ। ଏହି ସମୟରେ ୩ଟି ବାଇକ୍‌ରେ ତାଙ୍କ ୬ଜଣ ସାଥୀ ଯୁବକ ହଠାତ୍‌ ଆସି ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ନୀଳାଚଳ ଭୟରେ ଦୌଡ଼ିବାକୁ ଆରମ୍ଭ କରିଥିଲେ। ହେଲେ ଆକ୍ରମଣକାରୀମାନେ ଗୋଡ଼ାଇ ଗୋଡ଼ାଇ ଭୁଜାଲି ଭଳି ଧାରୁଆ ଅସ୍ତ୍ରରେ ହାଣିଥିଲେ। ନୀଳାଚଳ ତଳେ ପଡ଼ିଯିବା ପରେ ଆକ୍ରମଣକାରୀମାନେ ପଳାଇଯାଇଥିଲେ। ଆକ୍ରମଣ ସମୟରେ କେତେଜଣ ଲୋକ ଉକ୍ତ ସ୍ଥାନରୁ ଭୟରେ ଦୌଡ଼ି ପଳାଯାଇଥିଲେ। ଘଟଣାର କିଛି ସମୟପରେ ଖବର ପାଇ ପୋଲିସ ଉକ୍ତ ସ୍ଥାନକୁ ଆସି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିବା ସହ ତଦନ୍ତ କରିଥିଲା। ତେବେ ଜନଗହଳିପୂର୍ଣ୍ଣ ସ୍ଥାନରେ ଏଭଳି କାଣ୍ଡ ଘଟାଇଥିବା ଯୁବକଙ୍କୁ ଦଣ୍ଡ ଦିଆଯାଉ ବୋଲି ସ୍ଥାନୀୟ ଲୋକମାନେ ଗଣମାଧ୍ୟମ ଜରିଆରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri