ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତାଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କିଛି ଦିନର ନୀରବତା ପରେ ରାଜଧାନୀ ରାସ୍ତାରେ ରକ୍ତର ଛିଟା ପଡ଼ିଛି। ମଙ୍ଗଳବାର ନୟାପଲ୍ଲୀ ଥାନା ଅନ୍ତର୍ଗତ ଜୟଦେବବିହାର ବିଜୁ ପଟ୍ଟନାୟକ କଲେଜ ଛକରେ ଜଣେ ଜେଲ ଫେରନ୍ତାଙ୍କୁ ତାଙ୍କ ଗୋଷ୍ଠୀର ୬ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଫଳରେ ଆକ୍ରମଣରେ ଯୁବକ ଜଣକ ଗୁରୁତର ହୋଇଛନ୍ତି। ଆହତ ଯୁବକ ହେଲେ ସାଲିଆ ସାହିର ନୀଳାଚଳ ବେହେରା(୩୦)। ତାଙ୍କ ଦୁଇ ହାତ ସହ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ନୀଳାଚଳଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଡିସିପି ପ୍ରତୀକ ସିଂ କହିଛନ୍ତି, ଆକ୍ରମଣ କରିଥିବା ଯୁବକମାନେ ଅପରାଧୀ ଗୋଷ୍ଠୀ ସହ ସମ୍ପୃକ୍ତ। ସେମାନଙ୍କ ନାମରେ ପୂର୍ବରୁ ଆପରାଧିକ ମାମଲା ରହିଛି। ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ମାମଲାରେ ସମ୍ପୃକ୍ତ ଯୁବକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି ସିଂ କହିଛନ୍ତି।
ସୂଚନା ଅନୁଯାୟୀ, ୨୦୨୧ ମେ ୧୦ରେ ଜଣେ ବ୍ୟକ୍ତିଙ୍କୁ ନୀଳାଚଳ ଓ ତାଙ୍କ ଗୋଷ୍ଠୀର ସଦସ୍ୟମାନେ ଆକ୍ରମଣ କରିଥିଲେ। ଏହି ମାମଲାରେ ନୀଳାଚଳ ଗିରଫ ହୋଇ ଜେଲ ଯାଇଥିଲେ। ପରବର୍ତ୍ତୀ ସମୟରେ ଉକ୍ତ ଗୋଷ୍ଠୀର ଅନ୍ୟ ଜଣେ ଯୁବକ ମଧ୍ୟ କୋର୍ଟରେ ଆତ୍ମସମର୍ପଣ କରିଥିଲେ। ପରେ ସେମାନେ ଜାମିନରେ ଆସିଥିଲେ। ହେଲେ କିଛି ଦିନ ତଳେ କୌଣସି କାରଣରୁ ତାଙ୍କ ଗୋଷ୍ଠୀର ସଦସ୍ୟଙ୍କ ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା। ତେଣୁ ନୀଳାଚଳ ଉକ୍ତ ଗୋଷ୍ଠୀରେ ମିଶିବା ବନ୍ଦ କରି ଦେଇଥିଲେ। ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ନୀଳାଚଳ ବିଜୁ ପଟ୍ଟନାୟକ ଛକରେ ଛିଡ଼ା ହୋଇ କେତେଜଣଙ୍କ ସହ ଆଲୋଚନା କରୁଥିଲେ। ଏହି ସମୟରେ ୩ଟି ବାଇକ୍‌ରେ ତାଙ୍କ ୬ଜଣ ସାଥୀ ଯୁବକ ହଠାତ୍‌ ଆସି ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ନୀଳାଚଳ ଭୟରେ ଦୌଡ଼ିବାକୁ ଆରମ୍ଭ କରିଥିଲେ। ହେଲେ ଆକ୍ରମଣକାରୀମାନେ ଗୋଡ଼ାଇ ଗୋଡ଼ାଇ ଭୁଜାଲି ଭଳି ଧାରୁଆ ଅସ୍ତ୍ରରେ ହାଣିଥିଲେ। ନୀଳାଚଳ ତଳେ ପଡ଼ିଯିବା ପରେ ଆକ୍ରମଣକାରୀମାନେ ପଳାଇଯାଇଥିଲେ। ଆକ୍ରମଣ ସମୟରେ କେତେଜଣ ଲୋକ ଉକ୍ତ ସ୍ଥାନରୁ ଭୟରେ ଦୌଡ଼ି ପଳାଯାଇଥିଲେ। ଘଟଣାର କିଛି ସମୟପରେ ଖବର ପାଇ ପୋଲିସ ଉକ୍ତ ସ୍ଥାନକୁ ଆସି ସ୍ଥାନୀୟ ଲୋକଙ୍କୁ ପଚରାଉଚରା କରିବା ସହ ତଦନ୍ତ କରିଥିଲା। ତେବେ ଜନଗହଳିପୂର୍ଣ୍ଣ ସ୍ଥାନରେ ଏଭଳି କାଣ୍ଡ ଘଟାଇଥିବା ଯୁବକଙ୍କୁ ଦଣ୍ଡ ଦିଆଯାଉ ବୋଲି ସ୍ଥାନୀୟ ଲୋକମାନେ ଗଣମାଧ୍ୟମ ଜରିଆରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?