ଗୁଳି କରିବା ପରେ ବୁଝିଲାନି ମନ, ପୁଣି ଯୁବକଙ୍କ ମୁଣ୍ଡକୁ କଟୁରିରେ ହାଣିଲେ ଦୁର୍ବୃତ୍ତ

ବାଲେଶ୍ୱର ଅଫିସ,୩୧ା୧୦: ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁରୁଡ଼ା ଛକରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କ ମୁଣ୍ଡକୁ ଗୁଳି କରିବା ପରେ ଦୁର୍ବୃତ୍ତଙ୍କ ମନ ବୁଝିଲାନି ଯେ, ପୁଣି ଥରେ କଟୁରିରେ ହାଣିଛନ୍ତି। ଫଳରେ ଯୁବକଙ୍କ ମୃତ୍ୟୁ ଘଟିଛି।

ମୃତ ଯୁବକ ଜଣକ ହେଲେ ସଦର ଥାନା ଅନ୍ତର୍ଗତ ଜଗନ୍ନାଥ ପାଟଣାର ବିନୋଦ ବିହାରୀ ଦାସ। ରବିବାର ସକାଳେ କୁରୁଡ଼ା ଛକରେ ତାଙ୍କୁ ଗୁଳିମାଡ଼ ସହ କଟୁରିରେ ଆକ୍ରମଣ କରିଥିଲେ ୨ ଦୁର୍ବୃତ୍ତ। ବିନୋଦଙ୍କୁ ଦୁର୍ବୃତ୍ତ ମୁଣ୍ଡର ଡାହାଣ ପାର୍ଶ୍ୱକୁ ଗୁଳି କରିବା ପରେ ବେକକୁ ହାଣିଛନ୍ତି। ଖବର ପାଇ ସ୍ଥାନୀୟ ପୋଲିସ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲା। ପୂର୍ବ ଶତ୍ରୁତାକୁ ନେଇ ବାଇକ୍‌ରେ ଆସି ଦୁଇ ଜଣ ହତ୍ୟା କରିଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିଛି। ଅଧିକ ତଦନ୍ତ ଚଳାଇବା ସହ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri