ଯୁବକଙ୍କୁ ତହସିଲଦାର ଚାପୁଡ଼ା ମାରିବା ଘଟଣା: ଜିଲାପାଳଙ୍କଠାରେ ତଦନ୍ତ ଦାବି

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସିପକୁଦା ଗ୍ରାମର ଅରଣ୍ୟ କୁମାର ନାହାକଙ୍କୁ ୧୩ ତାରିଖରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଗାଳିଗୁଲଜ ସହ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ପରେ ସ୍ଥାନୀୟ ଲୋକେ ଏହି ମାଡ଼ ଘଟଣାକୁ ନେଇ ତହସିଲଦାରଙ୍କୁ ଘେରିବା ସହ କୈଫିୟତ ମାଗିଥିଲେ। ଏହାର ଭିଡିଓ ଭାଇରାଲ ହୋଇଥିଲା। ବୁଧବାର ଏନେଇ ତହସିଲଦାରଙ୍କ ନାଁରେ ରମ୍ଭା ଥାନାରେ ଅରଣ୍ୟ ଏତଲା ଦେଇଛନ୍ତି। ଏଥିସହ ସେ ଏବଂ ଗ୍ରାମବାସୀ ଜିଲାପାଳଙ୍କଠାରେ ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଲିଖିତ ଭାବେ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ତହସିଲଦାର ସରକାରୀ ଗାଡ଼ିରେ ଦ୍ରୁତଗତିରେ ସିପକୁଦା ଦେଇ ଯାଉଥିବା ସମୟରେ ବିଲରୁ ଫେରୁଥିବା ଯୁବକ ଅରଣ୍ୟ ନାହାକ ଗାଡ଼ିଟିକୁ ଦ୍ରୁତ ଗତିରେ ଯାଉଥିବା ଦେଖି ହାତ ମାରି ଧୀରେ ଚଲେଇବାକୁ କହିଥିଲେ। ଏହାପରେ କିଛି ଦୂର ଚାଲିଯାଇଥିବା ତହସିଲଦାର ଗାଡ଼ି ପୁଣି ପଛକୁ ଫେରି ଯୁବକକୁ କାହିଁକି ହାତ ଦେଖେଇଲୁ କହି ଗାଳି କରିଥିଲେ। ଶେଷରେ ତହସିଲଦାର ଉତ୍‌କ୍ଷିପ୍ତ ହୋଇ ଯୁବକକୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଥିଲା। ପ୍ରକାଶଯୋଗ୍ୟ, ପୂର୍ବରୁ ତହସିଲଦାର ପେଟ୍ରୋଲ ପମ୍ପରେ ଏକ ଯୁବକକୁ ଉଠ୍‌ବସ୍‌ କରେଇ ବିବାଦରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri