ଶବ ସତ୍କାର କରିବାକୁ ଆସି ଶବ ହୋଇଗଲେ ଯୁବକ

ପୁରୀ,୯ା୧(ଅଜିତ କୁମାର ମହାନ୍ତି): ପୁରୀରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ବଚସା ଓ କଥା କଟାକଟିକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାର ଶିକାର ହୋଇଥିବା ଯୁବକ ଜଣଙ୍କ ହେଉଛନ୍ତି ଭଦ୍ରକ ଅଞ୍ଚଳର ରଞ୍ଜନ କୁମାର ଦାସ। ସେହିପରି ଆହତ ଜଣଙ୍କ ହେଉଛନ୍ତି ମାନସ ରଞ୍ଜନ ନାୟକ। ଏହି ଘଟଣା ପୁରୀରେ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ପୁରୀକୁ ପ୍ରତ୍ୟେକ ଦିନ ଲକ୍ଷଲକ୍ଷ ଭକ୍ତ ଓ ପର୍ଯ୍ୟଟକ ଆସୁଥିବା ବେଳେ ସମୁଦ୍ରକୂଳ ପରି ଏକ ଜନଗହଳିପୂର୍ଣ୍ଣ ଅଞ୍ଚଳରେ ହତ୍ୟା ଘଟଣା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ମିଳିଥିବା ସୂଚନାନୁଯାୟୀ, ଭଦ୍ରକ ବନ୍ତ ଥାନା ଅନ୍ତର୍ଗତ ଆପଣ୍ଡା ଗ୍ରାମର ଜଣେ ମହିଳା ଯିଏ ରଞ୍ଜନଙ୍କ ସମ୍ପର୍କୀୟ ଆଈ ହେବେ। ତାଙ୍କର ଗୁରୁବାର ମୃତ୍ୟୁ ହୋଇଥିଲା। ତାଙ୍କର ଶବ ସତ୍କାର କରିବା ଉଦ୍ଦେଶ୍ୟରେ ଗ୍ରାମବାସୀଙ୍କ ସହ ରଞ୍ଜନ ତାଙ୍କ ସହ ପୁରୀ ଆସିଥିଲେ। ତେବେ ରଞ୍ଜନ ଓ ଅନ୍ୟମାନେ ଶବ ସତ୍କାର କରି ସ୍ବର୍ଗଦ୍ୱାର ବାହାରକୁ ଆସିଥିବାବେଳେ ଚୈତନ୍ୟ ଛକ ନିକଟରେ କୌଣସି ଘଟଣାକୁ ନେଇ ପୁରୀର ଜଣେ ଯୁବକଙ୍କ ସହ ଜଣେ ବ୍ୟକ୍ତିଙ୍କ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ବ୍ୟକ୍ତି ଜଣଙ୍କ ରଞ୍ଜନଙ୍କ ବେକରେ ଛୁରି ଭୁସି ହତ୍ୟା କରିଥିବାବେଳେ ମାନସ ଗୁରୁତର ହୋଇଥିଲେ । ପୋଲିସ ଅଭିଯୁକ୍ତଙ୍କୁ ଥାନାରେ ରଖି ପଚରାଉଚରା କରୁଥିବା ବେଳେ ଶବ ବ୍ୟବଚ୍ଚେଦ ପାଇଁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?