ଇବ ନଦୀ ନିକଟରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ,ହତ୍ୟା ସନ୍ଦେହ

ଝାରସୁଗୁଡା ଅଫିସ, ୨୧।୧୦: ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢିପଦର ସ୍ଥିତ ଇବ ନଦୀ ନିକଟରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଜବତ କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ବିହାର ଲଖିସରିଆର ପଙ୍କଜ କୁମାର(୪୦)।
ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ସଦର ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଏସ୍‌ପି ବିକାଶ ଚନ୍ଦ୍ର ଦାସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି । ମୃତ ଯୁବକଙ୍କ ଛାତିକୁ ଗୁଳିକରି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି । ଯୁବକ ଜଣଙ୍କ ବ୍ରଜରାଜନଗର ଓରିଏଣ୍ଟ ଥାନା ଅନ୍ତର୍ଗତ କାଳୀନଗରରେ ରହୁଥିଲେ ବୋଲି ଜଣାପଡିଛି । ସେଠାରେ ସେ ଏକ କୁଚିଆ ମଦ ଦୋକାନ କରିଥିଲେ। ତାଙ୍କୁ ବାହାରେ ହତ୍ୟାକରି ଏଠାରେ ଫିଙ୍ଗି ଦିଆଯାଇଛି ନା ଏହି ସ୍ଥାନରେ ଯୋଜନା ବଦ୍ଧ ଭାବେ ଗୁଳିକରି ହତ୍ୟା କରାଯାଇଛି ତାହା ସୃଷ୍ଟ ହୋଇ ପାରିନାହିଁ । ବହୁତ ଶୀଘ୍ର ଏହାର ପର୍ଦ୍ଦାଫାଶ କରାଯିବ ବୋଲି ଏସ୍‌ପି ଦାସ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri