ଇବ ନଦୀ ନିକଟରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ,ହତ୍ୟା ସନ୍ଦେହ

ଝାରସୁଗୁଡା ଅଫିସ, ୨୧।୧୦: ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ବୁଢିପଦର ସ୍ଥିତ ଇବ ନଦୀ ନିକଟରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଜବତ କରାଯାଇଛି। ମୃତ ଯୁବକ ଜଣଙ୍କ ହେଲେ ବିହାର ଲଖିସରିଆର ପଙ୍କଜ କୁମାର(୪୦)।
ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ସଦର ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଏସ୍‌ପି ବିକାଶ ଚନ୍ଦ୍ର ଦାସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି । ମୃତ ଯୁବକଙ୍କ ଛାତିକୁ ଗୁଳିକରି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି । ଯୁବକ ଜଣଙ୍କ ବ୍ରଜରାଜନଗର ଓରିଏଣ୍ଟ ଥାନା ଅନ୍ତର୍ଗତ କାଳୀନଗରରେ ରହୁଥିଲେ ବୋଲି ଜଣାପଡିଛି । ସେଠାରେ ସେ ଏକ କୁଚିଆ ମଦ ଦୋକାନ କରିଥିଲେ। ତାଙ୍କୁ ବାହାରେ ହତ୍ୟାକରି ଏଠାରେ ଫିଙ୍ଗି ଦିଆଯାଇଛି ନା ଏହି ସ୍ଥାନରେ ଯୋଜନା ବଦ୍ଧ ଭାବେ ଗୁଳିକରି ହତ୍ୟା କରାଯାଇଛି ତାହା ସୃଷ୍ଟ ହୋଇ ପାରିନାହିଁ । ବହୁତ ଶୀଘ୍ର ଏହାର ପର୍ଦ୍ଦାଫାଶ କରାଯିବ ବୋଲି ଏସ୍‌ପି ଦାସ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri