ନନ୍ଦପୁର,୨୯।୩(ଡି.ଏନ୍.ଏ.): କୋରାପୁଟ ଜିଲା ନନ୍ଦପୁର ଥାନା ଥୁବା ପଞ୍ଚାୟତ ପରଟା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଗାଁ ନିକଟ ରେଳ ଧାରଣାରୁ ମିଳିଛି। ମୃତକ ହେଲେ ପରଟା ଗାଁର ଗିରିଧର ଗୋଲରୀ। ମୃତଦେହ ରେଳଧାରଣା ନିକଟରେ ପଡ଼ିଥିବା ଦେଖି ଗ୍ରାମବାସୀ ପୋଲିସକୁ ଖବର ଦେଇଥିଲେ। ଖବରପାଇ ନନ୍ଦପୁର ଏସ୍ଡିପିଓ ସଞ୍ଜୟ କୁମାର ମହାପାତ୍ର, ଥାନାଧିକରୀ କପିଳେଶ୍ୱର ବେହେରା, ଏସ୍ଆଇ ମାନସ କୁମାର ଭୋଇ ପୋଲିସ ଟିମ୍ ସହ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲେ। ଏଥିସହ କୋରାପୁଟରୁ ଡଗ୍ ସ୍କ୍ବାଡ୍ ଏବଂ ସାଇଣ୍ଟିଫିକ୍ ଟିମ୍ ପହଞ୍ଚତ୍ ତଦନ୍ତ କରିଛି। ମୃତକଙ୍କ ମୁଣ୍ଡ, ବେକ, ପିଠିରେ ଗଭୀର କ୍ଷତ ରହିଛି। ପୋଲିସ ବ୍ୟବଚ୍ଛେଦ ପାଇଁ ମୃତଦେହ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍ଡିପିଓ ସଞ୍ଜୟ କୁମାର ମହାପାତ୍ର କହିଛନ୍ତି।
Posted inଆମ ଜିଲା ଖବର, କୋରାପୁଟ View All
ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ
ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…
ଓଲଟିଲା ବସ୍: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…
ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…
ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ
କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…
ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…
ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…
ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ
ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…
୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ
କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…
ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ
ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…
ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….
ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

