କୁମ୍ଭୀର ଆକ୍ରମଣରେ ନିଖୋଜ ଥିବା ଯୁବକଙ୍କ ମୃତଦେହ ଆଜି ମିଳିଲା

ବରୀ,୫ା୧୧(ଡି.ଏନ୍‌.ଏ.): ଯାଜପୁର ଜିଲା ଉଦୟନାଥପୁର ପଞ୍ଚାୟତସ୍ଥିତ କହରାଗଣ୍ଡ ଗ୍ରାମର ନିଶିକାନ୍ତ ମଲ୍ଲିକ (୨୪) ଓ ସାନ ଭାଇ ସୌଭାଗ୍ୟ ମଲ୍ଲିକ ଗତ ବୁଧବାର ନଦୀରେ ମାଛ ଧରୁଥିବା ବେଳେ ନିଶିକାନ୍ତଙ୍କୁ କୁମ୍ଭୀର ଟାଣି ନେଇଥିଲା। ଘଟଣାସ୍ଥଳରେ ଉପସ୍ଥିତ ଥିବା ସାନ ଭାଇ ସୌଭାଗ୍ୟଙ୍କଠାରୁ ଖବର ପାଇ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବିଭାଗ ଖୋଜାଖୋଜି କରିବା ପରେ ଉଦ୍ଧାର ସମ୍ଭବ ହୋଇ ପାରି ନ ଥିଲା। ତେବେ ଆଜି ଅର୍ଥାତ୍‌ ଶୁକ୍ରବାର ସକାଳେ ଚିଙ୍ଗୁଡ଼ିଆ ନାଳର ଢିଅବାରିଙ୍ଗି ନିକଟରେ ଏକ ମୃତଦେହ ଭାସୁଥିବାର ଦେଖି ଗ୍ରାମବାସୀ ଉଦ୍ଧାର କରି ଉପରକୁ ଆଣିଥିଲେ। ଖବର ପାଇ ଉଦୟନାଥପୁର ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ପ୍ରସନ୍ନ ସାମଲ ଓ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ମୃତ ନିଶିକାନ୍ତଙ୍କୁ ଚିହ୍ନଟ କରିଛନ୍ତି।

ତେବେ ମୃତଦେହ ଉଦ୍ଧାର ହୋଇଥିବା ସ୍ଥାନଟି ବିଞ୍ଝାରପୁର ଥାନା ଅଧୀନରେ ହୋଇଥିବାରୁ ଘଟଣାସ୍ଥଳରେ ବିଞ୍ଝାରପୁର ପୋଲିସ ପହଞ୍ଚି ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

ରାତିଅଧରେ ଫାର୍ମ ହାଉସକୁ ଡାକିନେଇ ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ: ମରିଗଲା ଭାବି…

ଦିଗପହଣ୍ଡି,୪|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟିର ପ୍ରମୁଖ ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri