ଗଛରେ ଝୁଲୁଥିଲା ଯୁବକଙ୍କ ମୃତଦେହ

କୋକସରା,୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ କେନ୍ଦୁଡଙ୍ଗରି ଗ୍ରାମ ନିକଟରେ ଏକ ପୋଖରୀ ନିକଟରେ ଥିବା ଶାଗୁଆନ ଗଛରେ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଗ୍ରାମବାସୀ ଦେଖିଥିଲେ। ଝୁଲନ୍ତା ମୃତଦେହଟି ସେହି ଗାଁର ଯୁବକ ଦ୍ୱାରିକା ଦାସ(୨୨) ବୋଲି ଚିହ୍ନଟ ହେବା ପରେ ପରିବାର ପକ୍ଷରୁ ଆମପାଣି ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଅଭିଯୋଗ ପାଇ ଆମପାଣି ପୋଲିସ ଅଧିକାରୀ ଚତୁର୍ଭୁଜ ନାଏକଙ୍କ ସମେତ ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ପାରିପାଶର୍‌ବିକ ଅବସ୍ଥା ଅନୁଧ୍ୟାନ କରିବା ସହ ତଦନ୍ତ ଆରମ୍ଭ କରିଥିଲେ। ତେବେ ମୃତ ଯୁବକଙ୍କ ବାପା ଟିକେଶ୍ୱର ଦାସ ପୁଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ଭବାନୀପାଟଣାରୁ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ଆସି ତଦନ୍ତ କରିବା ପରେ ମୃତଦେହ କୋକସରା ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଏହି ଘଟଣାରେ ଜଣେ ଯୁବକଙ୍କୁ ଅଟକ ରଖି ତଦନ୍ତ କରୁଛି ଆମପାଣି ପୋଲିସ। କେସ୍‌ ନଂ.୪୮/୨୨ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri