ପୋଲିସ ଲାଠିମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା

ରାୟଗଡ଼ା ଅଫିସ,୨୬ା୧୨:  ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଇଥିବା ଜଣେ ଯୁବକ ପୋଲିସ ଲାଠିମାଡ଼ରେ ଆହତ ହୋଇଛନ୍ତି। ସେ ହେଲେ ରାୟଗଡ଼ା ଥାନା ଅଧୀନ ତଳ ସାଙ୍କେସ ଗ୍ରାମର ପୀତାମ୍ବର ହିମିରିକାଙ୍କ ପୁଅ ରାହୁଲ ହିମିରିକା(୧୮)। ରାହୁଲ ଏବଂ ଭାଇ କିଷାନ କଲାକା ଶୁକ୍ରବାର ଏକ ବାଇକ୍‌ ଯୋଗେ ଲାଡ଼ା ଅଭିମୁଖେ ଯାଉଥିଲେ। ମଝିଘରିଆଣୀ ମନ୍ଦିର ନିକଟରେ ପୋଲିସ ପକ୍ଷରୁ ହେଲ୍‌ମେଟ ଯାଞ୍ଚ ଚାଲିଥିବାବେଳେ ରାହୁଲଙ୍କୁ ଅଟକାଇ ପଛପଟୁ ଲାଠିରେ ମାଡ଼ ମାରିଥିଲେ। ଏଥିରେ ରାହୁଲଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କୁ ଉଦ୍ଧାର କରାଯାଇ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଆହତ ରାହୁଲଙ୍କୁ ପୋଲିସ ଉଦ୍ଧାର କରି ମେଡିକାଲ ପଠାଇବା ବଦଳରେ ଦୁର୍ବ୍ୟବହାର କରିଛି। ତାଙ୍କ ଗାଡ଼ି ଚାବି ଛଡ଼ାଇ ନେଇଥିବା ରାହୁଲଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଘଟଣାକୁ ନେଇ ରାୟଗଡ଼ା ନଗର ଭାଜପା ଏସ୍‌ଟି ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ କରାଯିବା ସହ ଥାନା ଘେରାଉ କରାଯାଇଥିଲା। ଭାଜପା ନଗର ସଭାପତି ଶ୍ୟାମକୁମାର ଦାଶ, ବିଦ୍ୟା ପଣ୍ଡା ଏବଂ ଶତାଧିକ କର୍ମୀ ଉପସ୍ଥିତ ରହି ଘଟଣାର ତଦନ୍ତ କରି ପୋଲିସ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବି କରିଛନ୍ତି। ଥାନା ପରିସରରେ ଉତ୍ତେଜନାର ଖବର ପାଇ ଏସ୍‌ପି ସର୍ବଣା ବିବେକ ଏମ୍‌ ପହଞ୍ଚି ପ୍ରତିବାଦକାରୀଙ୍କୁ ବୁଝାଶୁଝା କରିଥିଲେ। ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରତିଶ୍ରୁତି ଦେବାପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri