ବିଦ୍ୟୁତତାର ଲାଗି ଚାଲିଗଲା ଯୁବକଙ୍କ ଜୀବନ

ନର୍ଲା,୮।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅନ୍ତର୍ଗତ ରୁପ୍ରା ରୋଡ୍‌ ପଞ୍ଚାୟତର ବରଗା ଗ୍ରାମର ଭିକାରୀ ସାହୁ (୩୦) ବିଦ୍ୟୁତତାର ସଂସ୍ପର୍ଶରେ ଆସିବାରୁ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ସେ ଅସୁରଗଡ଼ ଗ୍ରାମର ରୋହିତ ମହାନନ୍ଦଙ୍କ ଷ୍ଟାଣ୍ଡ ହାଉସ ଠାରେ କାମ କରୁଥିଲେ। ଏହି ସମୟରେ ଭୁଲ ବଶତଃ ବିଦ୍ୟୁତତାରଟି ତାଙ୍କ ଗୋଡ଼ରେ ଲାଗି ଯାଇଥିଲା। ଫଳରେ ସେ ବେହୋସ ହୋଇଯାଇଥିଲେ। ତାଙ୍କର ସହଯୋଗୀମାନେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଷ୍ଟାଣ୍ଡ ମାଲିକ ପ୍ରଥମେ ନର୍ଲା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ନର୍ଲା ପୋଲିସ କେସ ନଂ ୯/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ରାମପୁର ପଠାଇଥିଲା। ରିପୋର୍ଟ ଆସିବା ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri