ଭିଣୋଇ, ସମ୍ପର୍କୀୟ ମାମୁଙ୍କ ଆକ୍ରମଣରେ ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୧ା୧୨(ଡି.ଏନ୍‌.ଏ.): ଦେବଗଡ଼ ଥାନା ଅନ୍ତର୍ଗତ ଉଟୁଣୀଆମୁଣ୍ଡା ଗ୍ରାମରେ ଭିଣୋଇ ଓ ସମ୍ପର୍କୀୟ ମାମୁଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଘଟଣାସ୍ଥଳରେ ଦେବଗଡ଼ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଉଟୁଣିଆମୁଣ୍ଡା ଗ୍ରାମର ରମେଶ ମୁଣ୍ଡାଙ୍କ ଭଉଣୀ ଜେମା ମୁଣ୍ଡାକୁ ଉକ୍ତ ଗ୍ରାମରେ ରହୁଥିବା ସିଙ୍ଗରାଇ ମୁଣ୍ଡା ପ୍ରାୟ ତିନି ବର୍ଷ ପୂର୍ବେ ବିବାହ କରିଥିଲେ। ସେମାନଙ୍କର ଏକ ଶିଶୁ ପୁତ୍ର ରହିଥିବା ବେଳେ ଜେମା ସିଙ୍ଗରାଇକୁ ଛାଡ଼ି ଅନ୍ୟ ଜଣେ ଯୁବକ ସହ ଅନ୍ୟତ୍ର ପଳାଇ ଯାଇଥିବା ବେଳେ ଶିଶୁ ପୁତ୍ରଟି ରମେଶଙ୍କ ଘରେ ରହିଥିଲା। ତେବେ ରମେଶ ସିଂରାଇକୁ ନିଜ ଶିଶୁ ପୁତ୍ରକୁ ନିଜ ପାଖକୁ ନେଇଯିବାକୁ କହିବାରୁ ଏ ନେଇ ଗତ ୪ ତାରିଖ ଦିନ ଉଭୟଙ୍କ ମଧ୍ୟରେ କଥା କଟାକଟି ହେବାସହ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସିଙ୍ଗରାଇ ଜଣେ ସମ୍ପର୍କୀୟ କାଇରା ଲୁହୁରାଙ୍କ ସହ ମିଶି ରମେଶଙ୍କୁ ଆକ୍ରମଣ କରିବା ସହ ଏକ ଇଟା ସାହାଯ୍ୟରେ ରମେଶଙ୍କ ମୁଣ୍ଡକୁ ଛେଚିଥିଲେ। ଫଳରେ ଘଟଣାସ୍ଥଳରେ ରମେଶଙ୍କ ମୃତ୍ୟୁ ଘଟିଥିବା ଜାଣି ଉଭୟ ମୃତ ଶରୀରକୁ ନିକଟସ୍ଥ ଜଙ୍ଗଲରେ ଫିଙ୍ଗି ଚାଲି ଯାଇଥିଲେ। ରମେଶ ଘରକୁ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ କୌଣସି ସନ୍ଧାନ ନ ପାଇବାରୁ ଏ ନେଇ ଦେବଗଡ଼ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ଶନିବାର ଉତଟୁଣିଆମୁଣ୍ଡା ଜଙ୍ଗଲରେ ଏକ ମୃତଦେହ ପଡ଼ିଥିବା ସୂଚନା ପାଇ ରମେଶର ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଚିହ୍ନଟ କରିବା ସହ ଦେବଗଡ଼ ଥାନାକୁ ସୂଚନା ଦେଇଥିଲେ। ରବିବାର ଦେବଗଡ଼ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଥିବା ବେଳେ ଅଭିଯୁକ୍ତ କାଇରାକୁ ଧରି ଘଟଣାର ସିନ୍‌ ରିକ୍ରିଏଶନ କରିଛି। ଏଥିସହ ହତ୍ୟାକାଣ୍ଡରେ ବ୍ୟବହୃତ ଇଟାକୁ ଜବତ କରିବା ସହ ଦୁଇ ଅଭିଯୁକ୍ତ ସମ୍ପର୍କୀୟ ମାମୁ କାଇରା ଲୁହୁରା ଓ ଭିଣୋଇ ସିଂରାଇକୁ ଗିରଫ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?