ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କେନ୍ଦୁଝର,୯ା୭(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପର୍ଜନପୁର ପଞ୍ଚାୟତ କଶିରା ଗ୍ରାମର ରଇଦାସ ମାଝିଙ୍କ ପୁଅ କମଳାକାନ୍ତ(୩୨)ଶନିବାର ଅପରାହ୍ନରେ ବିଲରୁ ଘରକୁ ଫେରୁଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ତାଙ୍କର ଜୀବନ ଚାଲିଯାଇଛି।

ସେ ବିଲରୁ କାମ ସାରି ସାଇକେଲରେ ଘରକୁ ଫେରୁଥିଲେ। ଏହି ସମୟରେ ଜଗନ୍ନାଥପୁର ଆଶ୍ରମ ସ୍କୁଲ ନିକଟରେ ପ୍ରଚଣ୍ତ ବେଗରେ ବଜ୍ରପାତ ହୋଇଥିଲା। ଫଳରେ ସେଠାରେ କମଳାକାନ୍ତ ଟଳି ପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ଚଳିତବର୍ଷ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କମଳାକାନ୍ତ ସରପଞ୍ଚ ପ୍ରାର୍ଥୀ ହୋଇ ପରାଜିତ ହୋଇଥିଲେ। ବର୍ତ୍ତମାନ ସ୍ତ୍ରୀ ଏବଂ ଅଢ଼େଇ ବର୍ଷର ପୁଅ ଅସହାୟ ହୋଇଯାଇଛନ୍ତି। ସଦର ପୋଲିସ ଖବର ପାଇ ମୃତଦେହ ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। କମଳାକାନ୍ତ ଜଣେ ଉଦୀୟମାନ ଯୁବକ ଥିଲେ। ତାଙ୍କର ଅକାଳ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri