କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା

ଛେଣ୍ଡିପଦା,୨୧ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ଶିମିଳିପାଳ ଗ୍ରାମର ପ୍ରଦୀପ ପଧାନ ବୋଲି ଜଣାପଡ଼ିଛି।

ସୂଚନାନୁସାରେ, ସୋମବାର ସକାଳ ୮ଟା ବେଳେ ଶିମିଳିପାଳ ଗ୍ରାମର ଶିବ ପ୍ରଧାନଙ୍କ ପୁଅ ଶିବୁ ପ୍ରଧାନ ଗାଁ ନିକଟରେ ଥିବା ପୁରିହାପାଟ ଠାକୁରାଣୀ ପୀଠ ନିକଟକୁ ସାଙ୍ଗମାନଙ୍କ ସହିତ ଖେଳିବାକୁ ଯାଇଥିଲା। ସାଙ୍ଗ ମାନଙ୍କ ସହିତ ଖେଳୁଥିବା ସମୟରେ ଅନ୍ୟମନସ୍କ ହୋଇ ସେଠାରେ ଥିବା କୂଅ ଭିତରେ ଖସି ପଡିଥିଲା। ଏହା ଦେଖି ସେହି ଗ୍ରାମର ପ୍ରଦୀପ ପ୍ରଧାନ ,ଶୁକ୍ରୁ ପ୍ରଧାନ, ଦୀପକ ଦେହୁରୀ ଶିଶୁକୁ ଉଦ୍ଦାର କରିବା ପାଇଁ କୂଅ ଭିତରକୁ ପଶିବା ସହିତ ସୁରକ୍ଷିତ ଭାବେ ୨୫ ଫୁଟ ଗଭୀର କୂଅ ମଧ୍ୟରୁ ଶିଶୁକୁ ଉଦ୍ଧାର କରିଥିଲେ। ତେବେ କୂଅ ଭିତରକୁ ଉଦ୍ଧାର କରିବା ପାଇଁ ପଶିଥିବା ୩ ଜଣଙ୍କ ମଧ୍ୟରୁ ଦୁଇଜଣ ସୁରକ୍ଷିତ ଭାବେ ବାହରି ଆସିଥିବା ବେଳେ ପ୍ରଦୀପ କୂଅ ଭିତରେ ବୁଡ଼ି ଯାଇଥିଲେ। ଏନେଇ ସ୍ଥାନୀୟ ଲୋକ ଦମକଳ ବାହିନୀକୁ ଖବର ଦେଇଥିଲେ ।ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗଭୀର କୂଅ ଭିତରୁ ପ୍ରଦୀପକୁ ଉଦ୍ଧାର କରିଥିଲେ। ତେବେ ସେତେବେଳେ ପ୍ରଦୀପଙ୍କ ମୃତ୍ୟୁ ହୋଇସାରିଥିବା କହି ଘଟଣାସ୍ଥଳ ଛାଡ଼ି ପଳାଇ ଆସିଥିଲେ। ଦମକଳ ବାହିନୀ ଉଦ୍ଧାର ପ୍ରଦୀପକୁ ମେଡିକାଲ ନ ଆଣି ଘଟଣାସ୍ଥଳରେ ଛାଡ଼ି ପଳାଇ ଆସିବାରୁ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ଛେଣ୍ଡିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ଅନ୍ୟପକ୍ଷରେ ଦମକଳ ବାହିନୀର ଏଭଳି କାର୍ଯ୍ୟକୁ ଅଞ୍ଚଳରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ବୁହାହେଲେ ରୋଗୀ

କେନ୍ଦୁଝର,୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଅତ୍ୟନ୍ତ ଶୋଚନୀୟ ଯୋଗୁ ଗାଁ ଭିତରକୁ ଆମ୍ବୁଲାନ୍ସ ପଶି ପାରିଲାନି। ଫଳରେ ରୋଗୀ ଷ୍ଟ୍ରେଚରରେ ବୁହା ହୋଇ ମେଡିକାଲ ଯାଇଛନ୍ତି।...

୫ ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ: ୧୩ ଗିରଫ

ମୋରଡ଼ା,୬ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଦୈନିକ ବହୁ ମାତ୍ରାରେ ଗୋରୁ ଚାଲାଣ ହେଉଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଶୁଳିଆପଦା ଥାନା...

ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର...

ନନ୍ଦନକାନନରେ ଆଖିବୁଜିଲା ଆନାକୋଣ୍ଡା

ବାରଙ୍ଗ, ୬।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ୪୬ ନମ୍ବର ଖୁଆଡ଼ରେ ଥିବା ୧୦ଟି ଆନାକୋଣ୍ଡା ମଧ୍ୟରୁ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ...

ଭାଙ୍ଗିଲା କୁମ୍ଭକ୍ଷେତ୍ରର ହାଣ୍ଡି ଭେଳା:  ପାଣି ଭିତରେ ପର୍ଯ୍ୟଟକ 

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ସିଆଡିମାଳ ପଞ୍ଚାୟତ ବାବନ୍ଧ ଗ୍ରାମରେ ଥିବା କୁମ୍ଭକ୍ଷେତ୍ରରେ ଅଘଟଣ  ଘଟିଛି। ହଠାତ୍‌ ହାଣ୍ଡି ଭେଳା...

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ଅଦିନିଆ ବର୍ଷାରେ ବେହାଲ ସାନ ଆର୍ଜିପଲ୍ଲୀ ଗାଁ

ଛତ୍ରପୁର, ୬।୧୨(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗାଁ ଅଦିନିଆ ବର୍ଷାରେ ବେହାଲ ହୋଇଛି । ଲଗାଣ ବର୍ଷା...

ଯଶିପୁର ବିଇଓ ନିଲମ୍ବିତ

ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri