ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜମହଲ ଛକର ରାସ୍ତା ମଝିରେ ମଙ୍ଗଳବାର ଅପରାହ୍ନରେ ଜଣେ ଯୁବତୀଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଥିଲା। ଯୁବତୀ ଜଣକ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଥିଲେ। ଏପରି କି ପଥରରେ ଛେଚି ତାଙ୍କ ମୁଣ୍ଡ ଫଟାଇ ଦେଇଥିଲେ। ପାଖରେ ଟ୍ରାଫିକ ପୋଲିସ ଓ ହୋମଗାର୍ଡ ଉପସ୍ଥିତ ଥିଲେ ବି ଯୁବତୀଙ୍କୁ ରୋକି ପାରି ନ ଥିଲେ। ଅପରପକ୍ଷେ ସମ୍ପୃକ୍ତ ଯୁବକ ବସ୍ରେ ତାଙ୍କୁ ଠେଲାପେଲା କରିଥିବାରୁ ସେ ତାଙ୍କୁ ମାଡ଼ ମାରିଛନ୍ତି ବୋଲି ଯୁବତୀ ଜଣକ କହିଛନ୍ତି। ଖବରପାଇ କ୍ୟାପିଟାଲ୍ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ବେଳକୁ ଯୁବତୀ ଜଣକ ଦୌଡ଼ି ପଳାଇଯିବାକୁ ଚେଷ୍ଟା କରିଥିଲେ। ପୋଲିସ ତାଙ୍କ ପିଛା କରି ତାଙ୍କୁ କାବୁ କରିଥିଲା। ବୁଝାବୁଝି କରିବା ପରେ ପୋଲିସ ତାଙ୍କୁ ଛାଡ଼ିଥିଲା। ଅନ୍ୟପକ୍ଷରେ ଯୁବତୀଙ୍କ ବିରୋଧରେ ସମ୍ପୃକ୍ତ ଯୁବକ ପାଲଟା ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ବସ୍ରେ ଯୁବତୀଙ୍କ ବ୍ୟବହାର ଅସ୍ବାଭାବିକ ଥିଲା। ସେ ସମସ୍ତଙ୍କୁ ଗାଳିଗୁଲଜ କରୁଥିଲେ। ଏଥିଲାଗି ତାଙ୍କୁ ବସ୍ରୁ ଓହ୍ଲାଇବାକୁ ମଧ୍ୟ କୁହାଯାଇଥିଲା। ହେଲେ ସେ ଅଧାରାସ୍ତାରେ ମତେ ବସ୍ରୁ ଠେଲି ଏଭଳି କାଣ୍ଡ ଘଟାଇଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଏ ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡ଼ିଛି।
ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ
ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…
କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….
ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…
ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି
ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…
ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…
ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,
ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…
ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…
‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା
ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସ୍ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…
ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…
ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

