ସଙ୍ଗରୋଧ କେନ୍ଦ୍ରରୁ ଫେରିବା ମାସେ ପରେ ଯୁବତୀଙ୍କ ମୃତ୍ୟୁ

ଶଙ୍କରାଖୋଲ,୯ା୭(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବେହେରାଗଁା ପଞ୍ଚାୟତ ସୁନାପାଙ୍ଗା ଗ୍ରାମର ମନୀତା ମଲିକ(୨୭)ଙ୍କ ସଙ୍ଗରୋଧ କେନ୍ଦ୍ରରୁ ଫେରିବାର ମାସକ ପରେ ବୁଧବାର ସକାଳେ ମୃତ୍ୟୁ ଘଟିଛି। ବ୍ରାହ୍ମଣପାଦ ସ୍ବାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତର ସନ୍ତୋଷ କୁମାର ପଟ୍ଟନାୟକ, ଏଲ୍‌ଏଚ୍‌ବି ସରୋଜିନୀ ପ୍ରଧାନ, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ପହଞ୍ଚତ୍ ଅନୁଧ୍ୟାନ କରିବା ପରେ କୌଣସି କରୋନା ଲକ୍ଷଣ ନଥିବା କହିଛନ୍ତି। ସାହିଭାଇ ନ ଆସିବାରୁ ପରିବାର ଲୋକେ ମୃତଦେହ ସଂସ୍କାର କରିଥିଲେ। ତାଙ୍କ ପରିବାର ସହ କେତେଜଣ ଗ୍ରାମବାସୀଙ୍କର ସ୍ବାବ୍‌ ନମୂନା ସଂଗ୍ରହ କରାଯିବ ବୋଲି ଆୟୁଷ ଡାକ୍ତର ପଟ୍ଟନାୟକ କହିଛନ୍ତି। ଯୁବତୀ ଜଣକ ୨୨ ମେ’ରେ ତାମିଲନାଡୁରୁ ଫେରି ଫୁଲବାଣୀ ନବୋଦୟ ବିଦ୍ୟାଳୟସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ୧୪ଦିନ ରହିବା ପରେ ଘରକୁ ଫେରିଥିଲେ। ବୁଧବାର ସକାଳୁ ମା’ଙ୍କ ସହ ଶୌଚ ପାଇଁ ବାହାରକୁ ଯାଇ ଫେରିବା ପରେ ହଠାତ୍‌ ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ଟିକାବାଲି ମେଡିକାଲ ନେବାବେଳେ ବାଟରେ ମୃତ୍ୟୁ ଘଟିଥିଲା। ଘରକୁ ଫେରି ଟିକାବାଲି ପୋଲିସକୁ ତାଙ୍କ ଭାଇ ଜଣାଇବା ପରେ ମୃତଦେହ ସଂସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri