ସଙ୍ଗରୋଧ କେନ୍ଦ୍ରରୁ ଫେରିବା ମାସେ ପରେ ଯୁବତୀଙ୍କ ମୃତ୍ୟୁ

ଶଙ୍କରାଖୋଲ,୯ା୭(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବେହେରାଗଁା ପଞ୍ଚାୟତ ସୁନାପାଙ୍ଗା ଗ୍ରାମର ମନୀତା ମଲିକ(୨୭)ଙ୍କ ସଙ୍ଗରୋଧ କେନ୍ଦ୍ରରୁ ଫେରିବାର ମାସକ ପରେ ବୁଧବାର ସକାଳେ ମୃତ୍ୟୁ ଘଟିଛି। ବ୍ରାହ୍ମଣପାଦ ସ୍ବାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତର ସନ୍ତୋଷ କୁମାର ପଟ୍ଟନାୟକ, ଏଲ୍‌ଏଚ୍‌ବି ସରୋଜିନୀ ପ୍ରଧାନ, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ପହଞ୍ଚତ୍ ଅନୁଧ୍ୟାନ କରିବା ପରେ କୌଣସି କରୋନା ଲକ୍ଷଣ ନଥିବା କହିଛନ୍ତି। ସାହିଭାଇ ନ ଆସିବାରୁ ପରିବାର ଲୋକେ ମୃତଦେହ ସଂସ୍କାର କରିଥିଲେ। ତାଙ୍କ ପରିବାର ସହ କେତେଜଣ ଗ୍ରାମବାସୀଙ୍କର ସ୍ବାବ୍‌ ନମୂନା ସଂଗ୍ରହ କରାଯିବ ବୋଲି ଆୟୁଷ ଡାକ୍ତର ପଟ୍ଟନାୟକ କହିଛନ୍ତି। ଯୁବତୀ ଜଣକ ୨୨ ମେ’ରେ ତାମିଲନାଡୁରୁ ଫେରି ଫୁଲବାଣୀ ନବୋଦୟ ବିଦ୍ୟାଳୟସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ଥିଲେ। ୧୪ଦିନ ରହିବା ପରେ ଘରକୁ ଫେରିଥିଲେ। ବୁଧବାର ସକାଳୁ ମା’ଙ୍କ ସହ ଶୌଚ ପାଇଁ ବାହାରକୁ ଯାଇ ଫେରିବା ପରେ ହଠାତ୍‌ ଅସୁସ୍ଥ ହୋଇ ପଡିଥିଲେ। ତାଙ୍କୁ ଟିକାବାଲି ମେଡିକାଲ ନେବାବେଳେ ବାଟରେ ମୃତ୍ୟୁ ଘଟିଥିଲା। ଘରକୁ ଫେରି ଟିକାବାଲି ପୋଲିସକୁ ତାଙ୍କ ଭାଇ ଜଣାଇବା ପରେ ମୃତଦେହ ସଂସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ...

ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର

ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ...

ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର

ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri