Posted inରାଜ୍ୟ

ସେଲ୍‌ଫି ନେବାବେଳେ ନଦୀରେ ଖସିପଡ଼ିଲେ ଯୁବତୀ: ଉଦ୍ଧାର କରିବାକୁ ଯାଇ ଯୁବକ ଗୁରୁତର

ସୁନ୍ଦରଗଡ଼/ବାଲିଶଙ୍କରା/ରାଜଗାଙ୍ଗପୁର,୩।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍‌ନଦୀର ଘୋଘର କନାକୁଣ୍ଡ ଘାଟରେ ରବିବାର ଅଘଟଣ ଘଟିଛି। ପିକ୍‌ନିକ୍‌ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍‌ଫି ନେବାବେଳେ ନଦୀ ଭିତରେ ଖସିପଡ଼ି ନିଖୋଜ ହୋଇଛନ୍ତି। ଯୁବତୀ ଜଣକ ହେଉଛନ୍ତି ରାଜଗାଙ୍ଗପୁର କୁମ୍ଭାରପଡ଼ାର ଅନୁପମା ପ୍ରଜାପତି(୨୪)। ଯୁବତୀଙ୍କୁ ଉଦ୍ଧାର କରିବାକୁ ଯାଇଥିବା ଜଣେ ଯୁବକ ମଧ୍ୟ ଗୁରୁତର ହୋଇଛନ୍ତି। ଖବରପାଇ ବାଲିଶଙ୍କରା ଅଗ୍ନିଶମ ବିଭାଗ କର୍ମଚାରୀ, ତଳସରା ଏବଂ କିଞ୍ଜିରିକେଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଚଳାଇଥିଲେ। ସନ୍ଧ୍ୟା ସୁଦ୍ଧା ଯୁବତୀଙ୍କ ପତ୍ତା ମିଳିନାହିଁ।
ରାଜଗାଙ୍ଗପୁର କୁମ୍ଭାରପଡ଼ାର ଅବସରପ୍ରାପ୍ତ ବ୍ୟାଙ୍କ ଅଫିସର ଆତ୍ମାରାମ ପ୍ରଜାପତିଙ୍କ ସ୍ତ୍ରୀ କିରଣ ଦେବୀ, ଝିଅ ଅନୁପମା, ପୁତ୍ରବଧୂ ଆରତୀଙ୍କ ସମେତ ଅନୁପମାଙ୍କ ସହକର୍ମୀଙ୍କୁ ମିଶାଇ ପ୍ରାୟ ୧୫ଜଣ ଘୋଘରଘାଟକୁ ପିକ୍‌ନିକ୍‌ ପାଇଁ ଯାଇଥିଲେ। ପୂର୍ବାହ୍ନ ୧୨ଟା ୩୦ରେ ଅନୁପମା ସହକର୍ମୀଙ୍କ ସହ ସେଲ୍‌ଫି ନେଉଥିବା ବେଳେ ହଠାତ୍‌ ୧୫ଫୁଟ ତଳକୁ ନଦୀପାଣିରେ ଖସିପଡ଼ିଥିଲେ। ଏହି ସମୟରେ ତାଙ୍କ ସାଙ୍ଗରେ ଉପସ୍ଥିତ ଥିବା ଜଣେ ଯୁବକ ତାଙ୍କୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ଖସିପଡ଼ିଥିଲେ। ମାତ୍ର ଯୁବକ ପଥରରେ ଲାଗି ରହିଯାଇଥିଲେ। ଅଗ୍ନିଶମ ବିଭାଗର କର୍ମଚାରୀମାନେ ପହଞ୍ଚତ୍ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଅନୁପମା ପାଣିରେ ଖସିପଡ଼ିବା ପୂର୍ବରୁ ତାଙ୍କ ହ୍ବାଟ୍‌ସଆପ୍‌ ଷ୍ଟାଟସ୍‌ରେ ନିଜର ସେଲ୍‌ଫି ଫଟୋ ଛାଡିଥିଲେ। ତାଙ୍କ ବିବାହ ଆସନ୍ତା ଫେବୃୟାରୀ ୧୬ରେ ସ୍ଥିର ହୋଇଥିଲା। ସେ ରାଉରକେଲାର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri