ଓଢ଼ଣୀ ଲଗାଇ ଗଛରେ ଝୁଲିପଡ଼ିଲେ ଯୁବତୀ

କୋକସରା,୩୦ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କୁଟରୁ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ନିକଟସ୍ଥ ସାହାଜଖୋଲ ଜଙ୍ଗଲର ଗିରଳିମାଲ ନିକଟରେ ଥିବା ଚାଷଜମିରେ ଥିବା କୁସୁମ ଗଛରେ ଝୁଲନ୍ତା ଅବସ୍ଥାରେ ଠାବ ହୋଇଛି। ଯୁବତୀ ଜଣକ ହେଉଛନ୍ତି କୁଟୁରୁ ଗ୍ରାମର ସୁବର୍ଣ୍ଣି ଦୁର୍ଗା(୧୮)। ସେ ମାସେ ତଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ ଟେମରା ଗ୍ରାମର ଯୁବକ ଦଳାଚନ୍ଦ୍ର ହରିଜନଙ୍କୁ ପ୍ରେମ କରି ଘର ଛାଡ଼ି ଚାଲି ଯାଇଥିଲେ। ତେବେ ଗତ କିଛିଦିନ ତଳେ ଯୁବକ କୁଟୁରୁ ଗାଁକୁ ଆଣି ସୁବର୍ଣ୍ଣିଙ୍କୁ ତାଙ୍କ ମା’ଙ୍କ ଘରେ ଛାଡ଼ି ଯାଇଥିଲେ। ତେବେ ଶୁକ୍ରବାର ସୁବର୍ଣ୍ଣି ମହୁଲ ଗୋଟାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ଆଉ ଘରକୁ ଫେରି ନ ଥିଲେ। ଗାଈ ଚରାଇବାକୁ ଯାଇଥିବା କିଛିଲୋକ ତାଙ୍କ ଝୁଲନ୍ତା ମୃତଦେହ ଦେଖି ପରିବାରକୁ ଜଣାଇଥିଲେ। ପରିବାର ଏନେଇ ଆମପାଣି ପୋଲିସକୁ ଖବର ଦେବାପରେ ଶନିବାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ଆଣି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି ଓ ଏନେଇ ଏକ ଅପମୃତ୍ୟୁ ମାମଲା ଆମପାଣି ଥାନା କେସ୍‌ ନମ୍ବର ୨/୨୪ ରୁଜୁ କରି ତଦନ୍ତ ଜାରି ରହିଥିବା ନେଇ ତଦନ୍ତକାରୀ ପୋଲିସ ଅଧିକାରୀ ପ୍ରେମରାଜ କହର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri