ଯୁବତୀଙ୍କୁ ପିଟିଲେ ଆର୍‌ପିଏଫ୍‌ କନଷ୍ଟେବଳ

ରାଉରକେଲା ଅଫିସ,୨ା୧୦: ରାଉରକେଲା ପାନପୋଷ ରେଲଓ୍ବେ ଷ୍ଟେଶନରେ ଜଣେ ଯୁବତୀଙ୍କୁ ଆର୍‌ପିଏଫ୍‌ କନଷ୍ଟେବଳ ମାଡ଼ ମାରିଥିବା ଅଭିଯୋଗ ହୋଇଛି। କନଷ୍ଟେବଳଙ୍କ ମାଡ଼ରେ ଯୁବତୀ ଜଣଙ୍କ ଲହୁଲୁହାଣ ହୋଇ ଆର୍‌ଜିଏଚ୍‌ରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ଏ ନେଇ ରାଉରକେଲା ଜିଆର୍‌ପି ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା (ନଂ.୫୫/୨୧) ରୁଜୁ କରି ତଦନ୍ତ ଚଳାଇଛି।
ପୋଲିସ ସୂଚନା ଅନୁସାରେ, କର୍ଣ୍ଣାଟକ ରାଜ୍ୟ ଧନବାଦ ଜିଲା ନରେନ୍ଦ୍ର ଗ୍ରାମରେ ଅନୀତା ରାଜଶ୍ରେଷ୍ଠ(୩୦) ସପରିବାର ବାସ କରନ୍ତି। ସେ କୌଣସି କାମ ପାଇଁ ମହାରାଷ୍ଟ୍ରର ଗୁନ୍ଧିଆ ଷ୍ଟେଶନରୁ ଗୀତାଞ୍ଜଳି ଏକ୍ସପ୍ରେସ ଯୋଗେ ହାୱଡ଼ା ବାହାରିଥିଲେ। ଅନୀତା ବିନା ଟିକେଟରେ ଗୀତାଞ୍ଜଳି ଏକ୍ସପ୍ରେସ୍‌ର ଏସ୍‌-୩ ବଗିରେ ଥିବା ଏକ ସିଟ୍‌ରେ ବସିଥିଲେ। ଶନିବାର ଟ୍ରେନ୍‌ଟି ରାଉରକେଲା ପାନପୋଷ ଷ୍ଟେଶନରେ ପହଞ୍ଚିବାବେଳେ ଆର୍‌ପିଏଫ୍‌ କନଷ୍ଟେବଳ ଅଜିତ କୁମାର ନାୟକ ତାଙ୍କୁ ଟିକେଟ ମାଗିଥିଲେ। ମହିଳା ଜଣଙ୍କ ଟିକେଟ କରି ନ ଥିବା ସ୍ବୀକାର କରିଥିଲେ। ଅଜିତ ମହିଳା ଜଣଙ୍କୁ ସିଟ୍‌ ଛାଡ଼ିବା ପାଇଁ କହିଥିଲେ। ଏ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ମହିଳାଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ଅଜିତ ବାଡ଼ିରେ ଅନୀତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଥିରେ ଅନୀତାଙ୍କ ମୁଣ୍ଡ ଫାଟି ଯାଇଥିଲା। ଟ୍ରେନ୍‌ଟି ରାଉରକେଲା ଷ୍ଟେଶନରେ ପହଞ୍ଚିବା ପରେ ଯୁବତୀ ଜଣକ ଜିଆର୍‌ପି ଥାନାରେ ଏ ନେଇ ଅଭିଯୋଗ କରିଥିଲେ। ଏ ସମ୍ପର୍କରେ ଜିଆର୍‌ପି ଥାନା ଏସ୍‌ଆଇ ଦେବେନ୍ଦ୍ର ନାୟକଙ୍କୁ ପଚାରିବାରୁ ସେ କହିଲେ, ଉକ୍ତ ଯୁବତୀଙ୍କ ଅଭିଯୋଗକୁ ଭିତ୍ତି କରି ଏକ ମାମଲା ରୁଜୁ କରାଯିବା ସହ ତାଙ୍କ ବୟାନ ରେକର୍ଡ କରାଯାଇଛି। ତଦନ୍ତ ପରେ ପଦକ୍ଷେପ ନିଆଯିବ ବୋଲି ଏସ୍‌ଆଇ ନାୟକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri