ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ଶହ ଶହ ଯୁବକଙ୍କୁ ପ୍ରେମଜାଲରେ ଫସାଉଥିଲେ ଏହି ଯୁବତୀ, ଏମିତି ପଡ଼ିଲେ ଧରା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଫେସ୍‌ବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ପ୍ରତିଦିନ ଶହ ଶହ ଯୁବକଙ୍କୁ ଫସାଉଥିଲେ ଜଣେ ଯୁବତୀ। ସେ ହେଉଛନ୍ତି ଖୋର୍ଦ୍ଧା ଜିଲା ନାଚୁଣୀ ଅଞ୍ଚଳର। ଏବେ ତାଙ୍କୁ ଭୁବନେଶ୍ୱର ସହିଦନଗର ଥାନା ପୋଲିସ ଗିରଫ କରିଛି।

ଏହି ଯୁବତୀ ଜଣକ ଫେସବୁକ୍‌ରେ ନିଜ ଫଟୋ ନ ଦେଇ ଅଜଣା ସୁନ୍ଦରୀଙ୍କ ଫଟୋ ଅପଲୋଡ୍‌ କରୁଥିଲେ। ନିଜ ପ୍ରେମ ଜାଲରେ ବହୁ ଯୁବକଙ୍କୁ ମୋହରା ବନାଉଥିଲେ। କାହାକୁ କେତେବେଳେ  ନିଜକୁ ଡାକ୍ତର ବୋଲି କହୁଥିଲେ ତ ଆଉ କେତେବେଳେ ଇଞ୍ଜିନିୟର। ପରବର୍ତ୍ତୀ ସମୟରେ ଯୁବକମାନଙ୍କଠାରୁ ଟଙ୍କା ଲୁଟୁଥିଲେ।

ଏନେଇ ଭୁବନେଶ୍ୱର ସହିଦନଗର ଥାନାରେ ଜଣେ ଯୁବକ ଅଭିଯୋଗ କରିଥିଲେ । ବହୁ ଯୁବକଙ୍କୁ ସେ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏହାପରେ ଖୋଳତାଡ଼ ଆରମ୍ଭ କରିଥିଲା ସହିଦନଗର ପୋଲିସ। ଏହି ଯୁବତୀଙ୍କ ନିକଟରୁ ନଗଦ ୧ଲକ୍ଷ ୩୩ ହଜାର ଟଙ୍କା, ମୋବାଇଲ, ଏଟିଏମ କାର୍ଡ ଓ ବ୍ୟାଙ୍କ ପାସ୍‌ବୁକ୍‌ ଜବତ ହୋଇଛି। ସେ କେତେ ଜଣଙ୍କୁ ଠକିଛନ୍ତି ପୋଲିସ ଏହାର ଖୋଳତାଡ଼ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri