କୁରାଢ଼ି ବେଣ୍ଟରେ ବଡ଼ଭାଇଙ୍କ ଜୀବନ ନେଲେ ସାନଭାଇ, ଫାଣ୍ଡିରେ କଲେ ଆତ୍ମସମର୍ପଣ

କୁଆଁରମୁଣ୍ଡା,୧୬ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପୁଟୁରୀଖମଣ ପଞ୍ଚାୟତ ହରପାଲି ଗ୍ରାମର ସୁଖୁ ଲାକ୍ରା(୪୦)ଙ୍କୁ ତାଙ୍କ ସାନଭାଇ ବାନ୍ଧନା ଲାକ୍ରା(୩୦) ରବିବାର କୁରାଢ଼ି ବେଣ୍ଟ ପାଇଁ ଥିବା କାଠବାଡ଼ିରେ ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ସୁଖୁ ଘଟଣାସ୍ଥଳରେ ଅଚେତ୍‌ ହୋଯାଇଥିଲେ। ଗୁରୁତର ଅବସ୍ଥାରେ ସୁଖୁଙ୍କୁ ପରିବାର ଲୋକେ ରାଉରକେଲା ସରକାରୀ ଡାକ୍ତରଖାନାକୁ ନେଇଥିଲେ। ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ସେହି ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ସାନଭାଇ ବାନ୍ଧନା କୁଆଁରମୁଣ୍ଡା ଫାଣ୍ଡିରେ ଆତ୍ମସମର୍ପଣ କରିବା ସହ ଘଟଣା ସମ୍ପର୍କରେ ପୋଲିସକୁ ସମସ୍ତ ତଥ୍ୟ ଦେଇଛନ୍ତି। ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି ା
ପୋଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ମୃତ ବଡ଼ ଭାଇ ସୁଖୁ ଅବିବାହିତ ଥିବା ବେଳେ ହତ୍ୟାକାରୀ ସାନଭାଇ ବାନ୍ଧନା ବିବାହିତ ଅଟନ୍ତି। ରବିବାର ଦୀପାବଳିରେ କୌଣସି କାରଣରୁ ବଡ଼ଭାଇ ସୁଖୁ ତାଙ୍କ ସାନଭାଇ ବାନ୍ଧନା ଓ ତାଙ୍କ ସ୍ତ୍ରୀଙ୍କୁ ବାଡ଼େଇଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ସାନଭାଇ ବାନ୍ଧନା ଘର ଭିତରେ ଥିବା ଏକ କୁରାଢ଼ି ବେଣ୍ଟରେ ସୁଖୁଙ୍କୁ ପିଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri