ସିଏମ୍‌ସିରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହୋଇଛନ୍ତି ଯୁବପିଢ଼ି

କଟକ ଅଫିସ,୧୭।୮: ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ଏବେ ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ ସଂଖ୍ୟାରେ କରୋନା ସଂକ୍ରମିତ ହୋଇଛନ୍ତି। ସହରରେ ବର୍ତ୍ତମାନ ୮୨୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେମାନଙ୍କ ମଧ୍ୟରୁ ୨୦ ବର୍ଷରୁ କମ୍‌ ବୟସ ଭିତରେ ୧୨୪ ଜଣ ଆକ୍ରାନ୍ତ ଥିବାବେଳେ ୨୧ରୁ ୪୦ ବର୍ଷ ଭିତରେ ୩୭୫, ୪୧ରୁ ୬୦ ଭିତରେ ୨୬୧ ଓ ୬୦ରୁ ଅଧିକ ବୟସ୍କଙ୍କ ମଧ୍ୟରେ ମାତ୍ର ୬୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। କଟକ ମହାନଗର ନିଗମର କମିଶନର ଅନନ୍ୟା ଦାସ ରବିବାର ଏହି ସୂଚନା ଦେଇଛନ୍ତି।

ଗତ ସପ୍ତାହ (୮ରୁ ୧୪ ଅଗଷ୍ଟ) ଭିତରେ କଟକ ସହରର ସ୍ଥିତି ନେଇ କମିଶନର କହିଛନ୍ତି ଯେ ଏହି ସମୟରେ ୬୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଣ୍ଟେନ୍‌ମେଣ୍ଟ ଜୋନରୁ ୧୬୫, ଗୃହ ସଙ୍ଗରୋଧରୁ ୧୭୪, ସରକାରୀ ସଙ୍ଗରୋଧରୁ ୧୨୭ ଓ ସ୍ଥାନୀୟ ଆକ୍ରାନ୍ତ ଭାବେ ୧୩୯ ଜଣ ରହିଛନ୍ତି। ଅନ୍ୟପକ୍ଷରେ ସହରରେ କରୋନା ପରୀକ୍ଷା ବଢ଼ାଇବାକୁ ଗୁରୁତ୍ୱ ଦିଆଯାଉଛି। ବର୍ତ୍ତମାନ ସିଡିଏ ଓ ଚାଉଳିଆଗଞ୍ଜ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆର୍‌ଟି-ପିସିଆର୍‌ ଟେଷ୍ଟିଂ ହେଉଛି। ସେହିଭଳି ୫ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଯଥା ଜଗତପୁର, ନୟାବଜାର, ବାମ୍ପକୁଦ, ବିଡ଼ାନାସୀ ଓ ଷଣ୍ଢପୁରରେ ଆଣ୍ଟିଜେନ୍‌ ଟେଷ୍ଟ କରାଯାଉଛି। ସହରର ବଳକା ୫ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଖୁବ୍‌ ଶୀଘ୍ର ଆଣ୍ଟିଜେନ୍‌ ଟେଷ୍ଟିଂ ସୁବିଧା ଉପଲବ୍ଧ ହେବ। ସହରବାସୀ ଅଧିକରୁ ଅଧିକ ସଂଖ୍ୟାରେ ଟେଷ୍ଟିଂ କରିବାକୁ ସେ ଆହ୍ବାନ ଦେଇଛନ୍ତି। ସହରସ୍ଥିତ କୋଭିଡ୍‌ କେୟାର ସେଣ୍ଟରରେ ଧୀରେଧୀରେ ରୋଗୀଙ୍କ ସଂଖ୍ୟା ବଢୁଛି। ୧୨ଟି ସେଣ୍ଟରେ ୧୨୨୪ ବେଡ୍‌ ଥିବାବେଳେ ୬୧୭ ବେଡ୍‌ ଭର୍ତ୍ତି ହୋଇଛି। ଡ୍ରିମ୍‌ସରେ ୩୨.୪୦ ପ୍ରତିଶତ, ଇଡ୍‌କୋରେ ୭୧.୭୩, ବିଦ୍ୟାଧରପୁରରେ ୭୨.୪୪, ଗୋପାଳପୁରରେ ୮୧.୩୦, ବାରବାଟୀରେ ୫୭.୩ ଓ ଜେଏନ୍‌ଆଇଏସ୍‌ରେ ୨୪ ପ୍ରତିଶତ ବେଡ୍‌ ଭର୍ତ୍ତି ହୋଇଛି। ୨୨୩ ଜଣ ଆକ୍ରାନ୍ତ ହୋମ୍‌ ଆଇସୋଲେଶନ୍‌ରେ ଅଛନ୍ତି। ନିୟମିତ ସେମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ କରାଯିବା ସହ ଏକ କିଟ୍‌ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri