ମହିଳାଙ୍କୁ ହତ୍ୟା ଧମକ ଦେଇ ଫସିଲେ କନିଷ୍ଠ ଯନ୍ତ୍ରୀ

କେନ୍ଦୁଝର, ୩୧ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟାଉନ ଥାନା ଅନ୍ତର୍ଗତ ପୁରୁଣା ବଜାର ହାଉସିଂ ବୋର୍ଡ କଲୋନୀରେ ଗାୟତ୍ରୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ଜଣେ ସଦସ୍ୟାଙ୍କୁ ଦୁର୍ବ୍ୟବହାର ଓ ହତ୍ୟା ଧମକ ଦେବା ଅଭିଯୋଗରେ ଟାଉନ ଥାନାରେ ପୌରପାଳରିକା କନିଷ୍ଠ ଯନ୍ତ୍ରୀ ଦେବାଶିଷ ପଲେଇ ବିରୋଧରେ ଅଭିଯୋଗ ହୋଇଛି। ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା ସ୍ନେହଲତା ମହାପାତ୍ର ଏହି ଅଭିଯୋଗ କରିବା ପରେ ପୋଲିସ କେସ ନମ୍ବର ୧୮୧/୨୦୧୫ ଦଫା ୩୪୧/୨୯୪/୫୦୬ ଓ ୩୪ ଆଇପିସି ଧାରାରେ ମାମଲା ରୁଜୁ କରିଛି। ଉକ୍ତ ଅଧିକାରୀ ଦେବାଶିଷ ପଲେଇ ଖୁଲମଖୁଲା ଆସି ପୌରପାଳିକା କାର୍ଯ୍ୟାଳୟରେ ଅଫିସ କାମ କରୁଥିଲେ ହେଁ ଟାଉନ ପୋଲିସ ଗିରଫ କରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।
ଅଭିଯୋଗ ଅନୁଯାୟୀ, ହାଉସିଂ ବୋର୍ଡ କଲୋନୀ ନିକଟରେ ୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୀର୍ତ୍ତନ ଗ୍ରାଉଣ୍ଡ ( କମୁନିଟି ସେଂଟର) ପାଇଁ ଅର୍ଥ ମଂଜୁର ହୋଇଥିଲା। ଏହି କାମ ପାଇଁ କନିଷ୍ଠ ଯନ୍ତ୍ରୀଙ୍କ ନିର୍ଦ୍ଦେଶରେ ପଡିଆରେ ଥିବା ୨ଟି ଗଛ ବଦଳରେ ୪ଟି ଗଛ କାଟି ଦିଆଯିବାରୁ ସ୍ନେହଲତା ମହାପାତ୍ର ବନବିଭାଗ ନିକଟରେ ଅଭିଯୋଗ କରିଥିଲେ। ଏ ନେଇ ବନ ବିଭାଗର ଅଧିକାରୀ (କନିଷ୍ଠ ଯନ୍ତ୍ରୀ) ଏବଂ କର୍ମଚାରୀ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ। ଏହାକୁ ନେଇ ୧୫ ମାର୍ଚ୍ଚରେ ମୁକ୍ତା ସ୍କିମର ଅଧିକାରୀ ଦେବାଶିଷ ପଲେଇ, ଠିକାଦାର କେଶବ ଚନ୍ଦ୍ର ମହାନ୍ତ,ସତ୍ୟ ନାରାୟଣ ଉଦ୍‌ଗାତା ଓ ସୁଶାନ୍ତ ମହାନ୍ତ(ବୁଲୁ) ଅପରାହ୍ନ ୧ଟା ୩୦ରେ ତାଙ୍କ ଘରକୁ ଯାଇ ଅଶ୍ଲୀଳ ଭାଷା ପ୍ରୟୋଗ କରିବା ସହ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ୧୯ ମାର୍ଚ୍ଚାରେ ସ୍ନେହଲତା ମହାପାତ୍ର ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ତେବେ ଏହାକୁ ନେଇ ପୋଲିସ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବାରୁ ଅଭିଯୋଗକାରିଣୀ ଅସନ୍ତୋଷ ପ୍ରକାଶ କରି ଆରକ୍ଷୀ ଅଧୀକ୍ଷକଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଏନେଇ ମୁକ୍ତା ସ୍କିମର ଅଧିକାରୀ ଦେବାଶିଷ ପଲେଇ ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି କହିଛନ୍ତି। ଅନ୍ୟପକ୍ଷରେ ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ଉଭୟ ବନ ଓ ପୋଲିସ ବିଭାଗ କାଯର୍‌ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଲୋକ ଦାବି କରୁଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri