କରୋନା ଯୁଦ୍ଧରେ ଜିତି ଘରକୁ ଫେରିଥିବା ବଡ଼ ଭଉଣୀକୁ କିଛି ଏଭଳି ଢ଼ଙ୍ଗରେ ସ୍ବାଗତ ଜଣାଇଲେ ସାନ ଭଉଣୀ

ମୁମ୍ବାଇ,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ହଜାର ହଜାର ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ କେତେକଙ୍କ ମୃତ୍ୟୁ ମଧ୍ୟ ଘଟୁଛି। ଏଭଳି ସ୍ଥିତିରେ କରୋନା ଯୁଦ୍ଧରେ ଜିତିକରି ଫେରୁଥିବା ବ୍ୟକ୍ତିଙ୍କୁ ଘରର ସଦସ୍ୟ ଓ ପାଖ ପଡ଼ୋଶୀ ବେଶ୍‌ ଉତ୍ସାହର ସହ ସ୍ବାଗତ କରୁଥିବା ଦେଖିବାକୁ ମିଳେ। କିଏ ତାଳି ବଜାଉଥିବା ବେଳେ କିଏ ଫୁଲ ବର୍ଷା କରି ସେମାନଙ୍କୁ ସ୍ବାଗତ ଜଣାଇଥାନ୍ତି। ଇତିମଧ୍ୟରେ ମହାରାଷ୍ଟ୍ର ପୁଣେରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ବଡ଼ ଭଉଣୀ ହସ୍ପିଟାଲରୁ ଫେରିବା ପରେ ତାଙ୍କ ସାନ ଭଉଣୀ କିଛି ଏଭଳି କରିଥିଲେ, ଯାହାକୁ ଦେଖି ସମସ୍ତେ ତାଙ୍କ ଫ୍ୟାନ୍‌ ହୋଇଯାଇଛନ୍ତି।

ସୂଚନାଯୋଗ୍ୟ, ପୁଣେର ଧନକଓ୍ବଡ଼ି ଅଞ୍ଚଳରେ ରହୁଥିବା ସାତପୁତେ ପରିବାରରେ ୨୦ଦିନ ପୂର୍ବରୁ କରୋନା ଲକ୍ଷଣ ଦେଖାଦେଇଥିଲା। ଉକ୍ତ ଘରର ସବୁଠାରୁ ସାନ ଝିଅ ସଲୋନୀଙ୍କୁ ଛାଡିଦେଲେ ଅନ୍ୟ ସମସ୍ତ ସଦସ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଦୁଇ ଦିନ ପୂର୍ବରୁ ବଡ଼ ଭଉଣୀ କରୋନାରେ ସୁସ୍ଥ ହୋଇ ଘରକୁ ଫେରିବା ପରେ ସଲୋନୀଙ୍କ ଖୁସି କହିଲେ ନ ସରେ। ବଡ଼ ଭଉଣୀଙ୍କୁ ସ୍ବାଗତ ଜଣାଇବାକୁ ଯାଇ ରାସ୍ତା ଉପରେ ସେ ଏକ ଫିଲ୍ମ ଗୀତରେ ଡ୍ୟାନ୍ସ କରିବାକୁ ଲାଗିଥିଲେ। ସାନ ଭଉଣୀଙ୍କୁ ଡ୍ୟାନ୍ସ କରୁଥିବା ଦେଖି ବଡ଼ ଭଉଣୀ ମଧ୍ୟ ନିଜକୁ ଆଉ ସମ୍ଭାଳି ନ ପାରି ଡ୍ୟାନ୍ସ କରିବାକୁ ଲାଗିଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ସେନ୍‌ସେସନ୍‌ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?