ରାଜ୍ୟପାଳଙ୍କୁ ଭେଟିଲା ଯୁବ କଂଗ୍ରେସ

ଭୁବନେଶ୍ୱର,୯।୧୧(ବ୍ୟୁରୋ): ମମିତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଯୁବ କଂଗ୍ରେସ ରାଜଭବନ ସମ୍ମୁଖରେ ଚଳାଇଥିବା ୪୮ ଘଣ୍ଟିଆ ଅହୋରାତ୍ର ଧାରଣା ସୋମବାର ଶେଷ ହୋଇଛି। ଏଥିସହ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟପାଳଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଛନ୍ତି। କଂଗ୍ରେସ ନେତା ତଥା ପୂର୍ବତନ ଏମ୍‌ପି ରାମଚନ୍ଦ୍ର ଖୁଣ୍ଟିଆ, ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ, ରାଜ୍ୟ ଓବିସି ସେଲ ମୁଖ୍ୟ ଜ୍ଞାନରଞ୍ଜନ ବେଉରା, ରଶ୍ମିରେଖା ମହାପାତ୍ର, ଅଲେଖ ସାମଲ, ବିକ୍ରମ ପଣ୍ଡା, ରାଜ୍ୟ ଯୁବ କଂଗ୍ରେସ ଆଇନ ସେଲ ମୁଖ୍ୟ ଆଦିତ୍ୟ ପ୍ରସାଦ ପରିଡ଼ା, ମହମ୍ମଦ ଅଲିମ, ସତ୍ୟପ୍ରିୟ ସାମଲ, ବୀରେନ ଦଳେଇ, ଶ୍ରୀବତ୍ସ ରଥ, ଜ୍ଞାନରଞ୍ଜନ ରାଉତ, ଆର୍ଯ୍ୟବୀର ଲେଙ୍କା, ସର୍ବଜିତ ପଟ୍ଟନାୟକ, ବସନ୍ତ କୁମାର ପାଢ଼ୀ, ବିଜୟରାଜ ପାଣିଗ୍ରାହୀ, ଆଶୁତୋଷ ଲେଙ୍କା, ବିଶ୍ୱଜିତ ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇଥିଲେ।
ଏହି ଅବସରରେ ଲେଙ୍କା କହିଛନ୍ତି, ମମିତା ମେହେରଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରିବା ପାଇଁ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଲଢ଼େଇ କରିବ। ନବୀନ ସରକାର କିମ୍ବା ତାଙ୍କର କୌଣସି କ୍ଷମତାଧାରୀ ମନ୍ତ୍ରୀ ତଥା ନେତା ଦୋଷୀଙ୍କୁ ଘଣ୍ଟ ଘୋଡ଼ାଇ ପାରିବେ ନାହିଁ। ଏହି ଘଟଣାର ଉପଯୁକ୍ତ ତଦନ୍ତ ଓ ଦୋଷୀଙ୍କୁ କଠୋର ଦଣ୍ଡ ପ୍ରଦାନ ପର୍ଯ୍ୟନ୍ତ ଯୁବ କଂଗ୍ରେସ ଆନ୍ଦୋଳନ ଜାରି ରଖିବ। ତେଣୁ ୯ ତାରିଖ ମଙ୍ଗଳବାର ଯୁବ କଂଗ୍ରେସ ପକ୍ଷରୁ ଦିଲ୍ଲୀ ଚଲୋ ଡାକରା ଦିଆଯାଇଛି। ଶତାଧିକ ଯୁବ କଂଗ୍ରେସ କର୍ମୀ ଦିଲ୍ଲୀ ଯାଇ ୧୦ ତାରିଖରେ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହ ଦାବିପତ୍ର ପ୍ରଦାନ କରିବେ। ୧୧ ତାରିଖରେ ଯନ୍ତରମନ୍ତରଠାରେ ଗଣଧାରଣା ଦିଆଯିବ। ରାଷ୍ଟ୍ରପତିଙ୍କୁ ଭେଟି ମାମଲାର ସମ୍ବେଦନଶୀଳତା ଓ ପୋଲିସ ପ୍ରଶାସନର ନିଷ୍କ୍ରିୟତା ସମ୍ପର୍କରେ ଅବଗତ କରାଯାଇ ଏକ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ଲେଙ୍କା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri