ଦିଲ୍ଲୀରେ ପହଞ୍ଚିଲା ଯୁବ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗସ୍ଥିତ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଓ ଗିରଫ କରିବା ସହ ମାମଲାର ନିରପେକ୍ଷ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ତା’ର ଆନ୍ଦୋଳନକୁ ଜାତୀୟ ସ୍ତରକୁ ନେଇଛି। ବୁଧବାର ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଦିଲ୍ଲୀସ୍ଥିତ ଓଡ଼ିଶା ସରକାରଙ୍କ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଏଥିସହ ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୋଗଗୁଡିକୁ ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।
ଲେଙ୍କା କହିଛନ୍ତି, ରାଜ୍ୟରେ ଅପରାଧ ମାତ୍ରା ଏତେ ବଢ଼ିଯାଇଛି ଯେ ସାରା ଦେଶରେ ଓଡ଼ିଶା ନାରୀ ନିର୍ଯାତନା ମାମଲାରେ ଦ୍ୱିତୀୟ ସ୍ଥାନରେ ରହିଛି। ରାଜ୍ୟ ସରକାରଙ୍କ ମନ୍ତ୍ରୀଙ୍କ ଛତ୍ରଛାୟା ତଳେ ରହି ଅପରାଧୀମାନେ ହତ୍ୟା ଓ ବଳାତ୍କାର ଭଳି ଜଘନ୍ୟ ଅପରାଧ ଘଟାଉଛନ୍ତି। ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସ୍କୁଲ ସଭାପତି ଗୋବିନ୍ଦ ସାହୁଙ୍କ ସହିତ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଘନିଷ୍ଠ ସମ୍ପର୍କ ରହିଥିବା ଓ ପୋଲିସ ପ୍ରଶାସନ ଜାଣିଶୁଣି ଏହି ମାମଲାର ବହୁ ଗୁରୁତ୍ୱପୂର୍ଣ୍ଣ ଦିଗକୁ ତଦନ୍ତ କରୁ ନ ଥିବା ଲେଙ୍କା ଅଭିଯୋଗ କରିଛନ୍ତି। ଏନେଇ ସାରା ରାଜ୍ୟରେ ଆନ୍ଦୋଳନ ଓ ଜନ ଅସେନ୍ତୋଷ ପ୍ରକାଶ ପାଇଥିଲେ ମଧ୍ୟ ରାଜ୍ୟ ସରକାର କୌଣସି ଉତ୍ତର ଦାୟିତ୍ୱ ନିର୍ବାହ କରୁନାହାନ୍ତି। ହେଲେ ଯୁବ କଂଗ୍ରେସ ମୃତକଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଓ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବ। ପ୍ରତିବାଦ ସ୍ବରୂପ ୧୧ ତାରିଖ ଗୁରୁବାର ଯନ୍ତରମନ୍ତରଠାରେ ଗଣଧାରଣା ଦିଆଯିବ। ପରେ ଘଟଣାରେ ରାଷ୍ଟ୍ରପତିଙ୍କ ଦୃଷ୍ଟିଆକର୍ଷଣ କରାଯାଇ ସ୍ମାରକପତ୍ର ଦିଆଯିବ ବୋଲି ଲେଙ୍କା କହିଛନ୍ତି। ଏହି ବିକ୍ଷୋଭରେ ମହମ୍ମଦ ଅଲିମ, ଜ୍ଞାନେନ୍ଦ୍ର ମହାନ୍ତି, ରମଜାନ ଅଲ୍ଲି, ଶେଖ ଗୁଲାମୁହିଦିନ, ମହେଶ୍ୱର ପ୍ରଧାନ, ଆର୍ଯ୍ୟବୀର ଲେଙ୍କା, ବସନ୍ତ ପାଢ଼ୀ, ସତ୍ୟପ୍ରିୟ ସାମଲ, ଶ୍ରୀକାନ୍ତ ବିଶ୍ୱାଳ, ଅମ୍ରିତା ଦାସ, ନିକିତ ପରବିନ, ବଳରାମ ରାଉତ, ସତ୍ୟାନନ୍ଦ ରାଉତ ପ୍ରମୁଖ କଂଗ୍ରେସ ଯୁବ ନେତା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri