ଦିଲ୍ଲୀରେ ପହଞ୍ଚିଲା ଯୁବ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): କଳାହାଣ୍ଡି ମହାଲିଙ୍ଗସ୍ଥିତ ସନ୍‌ସାଇନ୍‌ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଓ ଗିରଫ କରିବା ସହ ମାମଲାର ନିରପେକ୍ଷ ତଦନ୍ତ ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ତା’ର ଆନ୍ଦୋଳନକୁ ଜାତୀୟ ସ୍ତରକୁ ନେଇଛି। ବୁଧବାର ପ୍ରଦେଶ ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଦିଲ୍ଲୀସ୍ଥିତ ଓଡ଼ିଶା ସରକାରଙ୍କ ଆବାସିକ କମିଶନରଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଏଥିସହ ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୋଗଗୁଡିକୁ ନେଇ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।
ଲେଙ୍କା କହିଛନ୍ତି, ରାଜ୍ୟରେ ଅପରାଧ ମାତ୍ରା ଏତେ ବଢ଼ିଯାଇଛି ଯେ ସାରା ଦେଶରେ ଓଡ଼ିଶା ନାରୀ ନିର୍ଯାତନା ମାମଲାରେ ଦ୍ୱିତୀୟ ସ୍ଥାନରେ ରହିଛି। ରାଜ୍ୟ ସରକାରଙ୍କ ମନ୍ତ୍ରୀଙ୍କ ଛତ୍ରଛାୟା ତଳେ ରହି ଅପରାଧୀମାନେ ହତ୍ୟା ଓ ବଳାତ୍କାର ଭଳି ଜଘନ୍ୟ ଅପରାଧ ଘଟାଉଛନ୍ତି। ମମିତା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ସ୍କୁଲ ସଭାପତି ଗୋବିନ୍ଦ ସାହୁଙ୍କ ସହିତ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଘନିଷ୍ଠ ସମ୍ପର୍କ ରହିଥିବା ଓ ପୋଲିସ ପ୍ରଶାସନ ଜାଣିଶୁଣି ଏହି ମାମଲାର ବହୁ ଗୁରୁତ୍ୱପୂର୍ଣ୍ଣ ଦିଗକୁ ତଦନ୍ତ କରୁ ନ ଥିବା ଲେଙ୍କା ଅଭିଯୋଗ କରିଛନ୍ତି। ଏନେଇ ସାରା ରାଜ୍ୟରେ ଆନ୍ଦୋଳନ ଓ ଜନ ଅସେନ୍ତୋଷ ପ୍ରକାଶ ପାଇଥିଲେ ମଧ୍ୟ ରାଜ୍ୟ ସରକାର କୌଣସି ଉତ୍ତର ଦାୟିତ୍ୱ ନିର୍ବାହ କରୁନାହାନ୍ତି। ହେଲେ ଯୁବ କଂଗ୍ରେସ ମୃତକଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଓ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବ। ପ୍ରତିବାଦ ସ୍ବରୂପ ୧୧ ତାରିଖ ଗୁରୁବାର ଯନ୍ତରମନ୍ତରଠାରେ ଗଣଧାରଣା ଦିଆଯିବ। ପରେ ଘଟଣାରେ ରାଷ୍ଟ୍ରପତିଙ୍କ ଦୃଷ୍ଟିଆକର୍ଷଣ କରାଯାଇ ସ୍ମାରକପତ୍ର ଦିଆଯିବ ବୋଲି ଲେଙ୍କା କହିଛନ୍ତି। ଏହି ବିକ୍ଷୋଭରେ ମହମ୍ମଦ ଅଲିମ, ଜ୍ଞାନେନ୍ଦ୍ର ମହାନ୍ତି, ରମଜାନ ଅଲ୍ଲି, ଶେଖ ଗୁଲାମୁହିଦିନ, ମହେଶ୍ୱର ପ୍ରଧାନ, ଆର୍ଯ୍ୟବୀର ଲେଙ୍କା, ବସନ୍ତ ପାଢ଼ୀ, ସତ୍ୟପ୍ରିୟ ସାମଲ, ଶ୍ରୀକାନ୍ତ ବିଶ୍ୱାଳ, ଅମ୍ରିତା ଦାସ, ନିକିତ ପରବିନ, ବଳରାମ ରାଉତ, ସତ୍ୟାନନ୍ଦ ରାଉତ ପ୍ରମୁଖ କଂଗ୍ରେସ ଯୁବ ନେତା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri