ଛାତ୍ରୀଙ୍କ ଗଳା କାଟିଦେଲେ ଯୁବକ

ରାମନାଗୁଡ଼ା/ପଦ୍ମପୁର/ବିଷମକଟକ,୩ା୩(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ରାମନାଗୁଡା ବ୍ଲକ ଗୁମୁଡ଼ା ମୁଖ୍ୟ ବଜାରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଛୁରିରେ ଜଣେ କଲେଜ ଛାତ୍ରୀଙ୍କ ଗଳା କାଟି ଦେଇଛନ୍ତି। ଛାତ୍ରୀ ଜଣକ ଯୁକ୍ତ ୨ ପରୀକ୍ଷା ଦେଇ ଘରକୁ ଫେରିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି। ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାବେଳେ ଅଭିଯୁକ୍ତ ବିଷମକଟକ ଅଞ୍ଚଳର କେ. ତିରୁମାଲା(୨୮)ଙ୍କୁ ସ୍ଥାନୀୟ ଲୋକେ କାବୁ କରି ଗୁମୁଡ଼ା ଫାଣ୍ଡି ଜିମା ଦେଇଥିଲେ। ପ୍ରେମଜନିତ କାରଣରୁ ସେ ଏପରି କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି।
ପ୍ରକାଶ ଯେ, ଗୁମୁଡା ଦ୍ରୌପଦୀ ଜୁନିୟର କଲେଜରେ ଛାତ୍ରୀ ଜଣକ ଯୁକ୍ତ ୨ଦ୍ୱିତୀୟ ବର୍ଷର ପରୀକ୍ଷା ଦେଇ ଘରକୁ ଫେରିବା ଲାଗି ଗୁମୁଡ଼ା ମୁଖ୍ୟ ବଜାରରେ ବସ୍‌କୁ ଅପେକ୍ଷା କରିଥିଲେ। ଏହି ସମୟରେ ତିରୁମାଲା ହଠାତ୍‌ ସାମ୍‌ନାକୁ ଚାଲିଆସି ଛୁରିରେ ଛାତ୍ରୀଙ୍କ ବେକ କାଟି ଦେଇଥିଲେ। ପ୍ରବଳ ରକ୍ତସ୍ରାବ ହେଉଥିବା ଦେଖି ସ୍ଥାନୀୟ ଲୋକେ ଛାତ୍ରୀଙ୍କୁ ଉଦ୍ଧାର କରି ପଦ୍ମପୁର ମେଡିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ସେଠାରୁ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅଭିଯୁକ୍ତ ତିରୁମାଲାଙ୍କୁ ଗୁଡାରି ଥାନାକୁ ନିଆଯାଇ ଅଧିକ ତଦନ୍ତ ଚାଲିଥିବା ଥାନା ଅଧିକାରୀ ଦୀନବନ୍ଧୁ ଶବର କହିଛନ୍ତି। ଏ ନେଇ ନଂ.୧୬/୨୩ ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?