ଛାତ୍ରୀଙ୍କ ଗଳା କାଟିଦେଲେ ଯୁବକ

ରାମନାଗୁଡ଼ା/ପଦ୍ମପୁର/ବିଷମକଟକ,୩ା୩(ଡି.ଏନ୍‌.ଏ.):ରାୟଗଡ଼ା ଜିଲା ଗୁଡ଼ାରୀ ଥାନା ଅନ୍ତର୍ଗତ ରାମନାଗୁଡା ବ୍ଲକ ଗୁମୁଡ଼ା ମୁଖ୍ୟ ବଜାରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ଛୁରିରେ ଜଣେ କଲେଜ ଛାତ୍ରୀଙ୍କ ଗଳା କାଟି ଦେଇଛନ୍ତି। ଛାତ୍ରୀ ଜଣକ ଯୁକ୍ତ ୨ ପରୀକ୍ଷା ଦେଇ ଘରକୁ ଫେରିବା ବେଳେ ଆକ୍ରମଣର ଶିକାର ହୋଇଛନ୍ତି। ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବାବେଳେ ଅଭିଯୁକ୍ତ ବିଷମକଟକ ଅଞ୍ଚଳର କେ. ତିରୁମାଲା(୨୮)ଙ୍କୁ ସ୍ଥାନୀୟ ଲୋକେ କାବୁ କରି ଗୁମୁଡ଼ା ଫାଣ୍ଡି ଜିମା ଦେଇଥିଲେ। ପ୍ରେମଜନିତ କାରଣରୁ ସେ ଏପରି କରିଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି।
ପ୍ରକାଶ ଯେ, ଗୁମୁଡା ଦ୍ରୌପଦୀ ଜୁନିୟର କଲେଜରେ ଛାତ୍ରୀ ଜଣକ ଯୁକ୍ତ ୨ଦ୍ୱିତୀୟ ବର୍ଷର ପରୀକ୍ଷା ଦେଇ ଘରକୁ ଫେରିବା ଲାଗି ଗୁମୁଡ଼ା ମୁଖ୍ୟ ବଜାରରେ ବସ୍‌କୁ ଅପେକ୍ଷା କରିଥିଲେ। ଏହି ସମୟରେ ତିରୁମାଲା ହଠାତ୍‌ ସାମ୍‌ନାକୁ ଚାଲିଆସି ଛୁରିରେ ଛାତ୍ରୀଙ୍କ ବେକ କାଟି ଦେଇଥିଲେ। ପ୍ରବଳ ରକ୍ତସ୍ରାବ ହେଉଥିବା ଦେଖି ସ୍ଥାନୀୟ ଲୋକେ ଛାତ୍ରୀଙ୍କୁ ଉଦ୍ଧାର କରି ପଦ୍ମପୁର ମେଡିକାଲକୁ ନେଇଥିଲେ। ଅବସ୍ଥା ଗୁରୁତର ଥିବାରୁ ସେଠାରୁ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅଭିଯୁକ୍ତ ତିରୁମାଲାଙ୍କୁ ଗୁଡାରି ଥାନାକୁ ନିଆଯାଇ ଅଧିକ ତଦନ୍ତ ଚାଲିଥିବା ଥାନା ଅଧିକାରୀ ଦୀନବନ୍ଧୁ ଶବର କହିଛନ୍ତି। ଏ ନେଇ ନଂ.୧୬/୨୩ ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri