ଚାନ୍ଦା କରି ଷ୍ଟ୍ରିଟ୍‌ ଲାଇଟ ଲଗାଇଲେ ଯୁବଗୋଷ୍ଠୀ

ପଟ୍ଟାଙ୍ଗୀ,୬।୩(ଡି.ଏନ.ଏ.) କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାରେ ଷ୍ଟ୍ରିଟ୍‌ ଲାଇଟ ସୁବିଧା ଲାଗି ସ୍ଥାନୀୟ ଅଞ୍ଚଳବାସୀ ଏନେଇ ବାରମ୍ବାର ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇ ଆସୁଥିଲେ। ମାତ୍ର ଏଥିରୁ କିଛି ସୁଫଳ ନ ମିଳିବାରୁ ଏବେ ଅଞ୍ଚଳର ଯୁବଗୋଷ୍ଠୀ ସମସ୍ୟା ସମାଧାନ କରିଛନ୍ତି। ସେମାନେ ଏକାଠି ହୋଇ ଚାନ୍ଦା ଆଦାୟ କରି ଷ୍ଟ୍ରିଟ୍‌ ଲାଇଟ ଲଗାଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ନିଜ ଅଞ୍ଚଳର ସମସ୍ୟା ସମାଧାନ ଦିଗରେ ଯୁବକମାନଙ୍କ ସମ୍ମିଳିତ ପ୍ରୟାସକୁ ସମସ୍ତେ ପ୍ରଶଂସା କରିଛନ୍ତି।
ଖବରରୁ ଜଣାପଡ଼ିଛି ପଟ୍ଟାଙ୍ଗୀ ବ୍ଲକ ଏକ ଆନ୍ଧ୍ର ସୀମାନ୍ତ ଅଞ୍ଚଳ ରୂପେ ପରିଚିତ। ଏହି ବ୍ଲକ ଦେଇ ଛତିଶଗଡ଼ ଏବଂ ଆନ୍ଧ୍ରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ଏକ ଗୁରୁତ୍ୱପୂର୍ଣ୍ଣ ରାସ୍ତା। ମାତ୍ର ଷ୍ଟ୍ରିଟ୍‌ ଲାଇଟ ନ ଥିବାରୁ ଏହି ରାସ୍ତା ସନ୍ଧ୍ୟା ପରେ ଅନ୍ଧାର ତଥା ନିଛାଟିଆ ହୋଇଯାଏ। ଫଳରେ ଯାତାୟାତ କରୁଥିବା ଲୋକେ ନିଜକୁ ସୁରକ୍ଷିତ ମନେକରି ନ ଥାନ୍ତି। ଏପରି ଅବ୍ୟବସ୍ଥା ନେଇ ଲୋକେ ସ୍ଥାନୀୟ ପ୍ରଶାସନ ଏବଂ ନିର୍ବାଚିତ ରାଜନେତାଙ୍କୁ ଜଣାଇଥିଲେ ମଧ୍ୟ ସମସ୍ୟା ସମାଧାନ ନିମନ୍ତେ କେହି ଆଗ୍ରହ ପ୍ରକାଶ କରି ନ ଥିଲେ। ଫଳରେ କେତେଜଣ ଯୁବଗୋଷ୍ଠୀ ଏବଂ ବ୍ୟବସାୟୀ ଏଥିପାଇଁ ଅଣ୍ଟା ଭିଡ଼ିଲେ। ସେମାନେ ନିଜ ଭିତରେ ୨୦୦ ଲେଖାଏ ଟଙ୍କା ଚାନ୍ଦା ଆଦାୟକରି ୩ଟି ଷ୍ଟ୍ରିଟ୍‌ ଲାଇଟ କିଣି ଛତିଶଗଡ଼-ଆନ୍ଧ୍ର ଜାତୀୟ ରାଜପଥ, ପଟ୍ଟାଙ୍ଗୀ ବସ୍‌ଷ୍ଟାଣ୍ଡର କେତେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଲଗାଇଥିଲେ। ଆଗାମୀ ଦିନରେ ମଧ୍ୟ ଏପରି ଚାନ୍ଦା କରି ବ୍ଲକର ବିଭିନ୍ନ ସ୍ଥାନରେ ଷ୍ଟ୍ରିଟ୍‌ ଲାଇଟ ଲଗାଇବେ ବୋଲି ସମ୍ପୃକ୍ତ ଯୁବଗୋଷ୍ଠୀ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, ବର୍ତ୍ତମାନ ବ୍ଲକ ପ୍ରଶାସନ ବ୍ଲକର କେତେକ ସାହିରେ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଇବା ଆରମ୍ଭ କରିଛି। ଏହାକୁ ଅନେକ ସାହିବାସିନ୍ଦା ନାପସନ୍ଦ କରି ମିଞ୍ଜି ମିଞ୍ଜି ଲାଇଟ ଲଗାଇ ବ୍ଲକ ପ୍ରଶାସନ ନିଜ ମୁଣ୍ଡରୁ ଦାୟିତ୍ୱ ଖସାଇଦେବାକୁ ଉଦ୍ୟମ କରୁଛି ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri