ଯୁବକଙ୍କୁ ଲୁହା ପାଇପ୍‌ରେ ପିଟି ହତ୍ୟା

ପୁରୀ, (ଅଜିତ ମହାନ୍ତି)୩୧ା୮ପବିତ୍ର ରକ୍ଷାବନ୍ଧନ ପାଇଁ ବୁଧବାର ସବୁଠି ଆନନ୍ଦ ଉଲ୍ଲାସର ବାତାବରଣ ଥିବାବେଳେ ପୁରୀ ସହରରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। କୁମ୍ଭାରପଡ଼ା ଥାନା ଅଧୀନ ଜଟିଆ ବାବାଜୀ ଛକରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଲୁହାପାଇପ୍‌ରେ ପିଟି ପିଟି ମାରିଦିଆଯାଇଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ହେଲେ ପୁରୀ ନରେନ୍ଦ୍ରକୋଣ ଗୋପବନ୍ଧୁ ଲେନ୍‌ ଅଞ୍ଚଳର ଲଡୁ ନାୟକ। ଏ ସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଜାରି ରଖିଛି। ହତ୍ୟାକାଣ୍ଡ ଘଟାଇଥିବା ୩ ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣଙ୍କୁ ଗିରଫ କରାଯାଇଥିବାବେଳେ ଜଣେ ଫେରାର ଅଛନ୍ତି। ତାଙ୍କୁ ଧରିବାକୁ ପୋଲିସ ଚେଷ୍ଟା ଚଳାଇଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ ଗଙ୍ଗାଧର ନାୟକ ଓ ତାଙ୍କ ସାନପୁଅ ସୁନ୍ଦନ ନାୟକ। ଅନ୍ୟତମ ଅଭିଯୁକ୍ତ ତଥା ବଡ଼ ପୁଅ ସଚୀ ନାୟକ ଫେରାର ହୋଇଯାଇଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି।

ପୁରୀ ସିଟି ଡିଏସ୍‌ପି ପ୍ରଶାନ୍ତ କୁମାର ସାହୁ କହିଛନ୍ତି, ବୁଧବାର ଅପରାହ୍ନ ପ୍ରାୟ ୫ଟା ୩୦ରେ ଲଡୁ ଜଟିଆ ବାବାଜୀ ଛକସ୍ଥିତ ରଘୁ ସାହୁଙ୍କ ଜଳଖିଆ ଦୋକାନରେ ବସିଥିଲେ। ଏହି ସମୟରେ ଗଙ୍ଗା ଓ ତାଙ୍କର ଦୁଇପୁଅଙ୍କ ସମେତ ବାଟୁଆ ନାମକ ବ୍ୟକ୍ତି ଏକାଠି ଆସି ସେଠାରେ ପହଞ୍ଚିଥିଲେ। କୌଣସି କାରଣକୁ ନେଇ ଉଭୟ ପକ୍ଷ ମଧ୍ୟରେ ବଚସା ହୋଇଥିଲା। ଏଥିରେ କ୍ରୋଧାନ୍ବିତ ହୋଇ ସେମାନେ ଲଡୁଙ୍କୁ ଲୁହାପାଇପ୍‌ ଓ ସଣ୍ଡୁଆଶିରେ ଆକ୍ରମଣ କରିଥିଲେ। ଫଳରେ ଲଡୁଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ତାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ରକ୍ତାକ୍ତ ଅବସ୍ଥାରେ ସେ ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଲଡୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହ ମାରଣାସ୍ତ୍ର ଜବତ କରିଥିଲା। ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପରେ ଅଭିଯୁକ୍ତ ଗଙ୍ଗାଧର ଓ ସୁନ୍ଦନଙ୍କୁ ପୋଲିସ ଗିରଫ କରିଥିବାବେଳେ ଫେରାର ହୋଇଯାଇଥିବା ସଚୀଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଛାନ୍‌ଭିନ୍‌ ଚଳାଇଛି। ଅନ୍ୟପକ୍ଷରେ ଲଡୁଙ୍କ ପରିବାର ଲୋକଙ୍କ କହିବା ଅନୁଯାୟୀ, ସେ ବିବାହିତ ହୋଇଥିବା ବେଳେ ତାଙ୍କର ୯ ବର୍ଷର ଝିଅଟିଏ ଅଛି। ଲଡୁ କିଛି କାର୍ଯ୍ୟ କରୁ ନ ଥିଲେ। ଅଭିଯୁକ୍ତମାନେ ବୁଧବାର ସକାଳେ ତାଙ୍କ ଘର ନିକଟକୁ ଆସି ଲଡୁଙ୍କୁ ଡାକି ସାଙ୍ଗରେ ନେଇଥିଲେ। ଲଡୁ ନୂଆ ଘର ତୋଳିବା ସହ ଉନ୍ନତି କରିବା ନେଇ ଅଭିଯୁକ୍ତମାନେ ସହି ପାରୁ ନ ଥିଲେ। ତେଣୁ ସେମାନେ ମିଳିମିଶି ଯୋଜନାବଦ୍ଧ ଭାବେ ଲଡୁଙ୍କୁ ମାରିଦେଇଛନ୍ତି। ଅଭିଯୁକ୍ତମାନଙ୍କୁ ଫାଶୀ ଦେବାକୁ ତାଙ୍କ ପରିବାର ଲୋକେ ଦାବିକରିଛନ୍ତି। ମୃତ ଲଡୁଙ୍କ ନାମରେ ବିଭିନ୍ନ ଥାନାରେ ୧୨ଟି ସଙ୍ଗିନ ମାମଲା ରହିଥିବାବେଳେ ପୂର୍ବରୁ ସେ ୧୧୦ ସିଆର୍‌ସିସିରେ ଗିରଫ ହୋଇଥିଲେ। ଜନଗହଳିପୂର୍ଣ୍ଣ ରାସ୍ତାରେ ଦୁର୍ବୃତ୍ତଙ୍କ ଏଭଳି ଉନ୍ମତ୍ତକାଣ୍ଡ ନେଇ ସାଧାରଣରେ ଆତଙ୍କ ପ୍ରକାଶ ପାଇଥିବାବେଳେ ପୋଲିସ୍‌ର କାର୍ଯ୍ୟଦକ୍ଷତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?