୧୦ ହଜାର ନ ଫେରାଇବାରୁ ଯୁବକଙ୍କୁ ହତ୍ୟା

ଦିଗପହଣ୍ଡି/ପାଟପୁର, ୨୯ା୧୨(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ନିକଟସ୍ଥ ମୁଖ୍ୟରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଧାର ଟଙ୍କାକୁ କେନ୍ଦ୍ରକରି ସୂର୍ଯ୍ୟ କୁମାର ସାହୁ (୩୩) ନାମକ ଯୁବକଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ପାଟପୁର ଗ୍ରାମ ବାଲିପେଣ୍ଠ ସାହିର ପ୍ରଶାନ୍ତ କୁମାର ସ୍ବାଇଁଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରଛି। ଜାମିନ ଆବେଦନ ନା ମଞ୍ଜୁର ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ୍‌କୁ ପଠାଇ ଦିଆଯାଇଛି। ଏ ନେଇ ଆସିକା ଏସ୍‌ଡିପିଓ ଉମାଶଙ୍କର ସିଂ , ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସୂଚନା ପ୍ରକାରେ, ସୂର୍ଯ୍ୟ କୁମାର ଅଭିଯୁକ୍ତ ପ୍ରଶାନ୍ତଙ୍କ ଠାରୁ ୧୦ ହଜାର ଟଙ୍କା ଧାର୍‌ ଆଣିଥିଲେ। ବହୁ ଦିନ ବିତି ଯାଇଥିଲେ ମଧ୍ୟ ସୂର୍ଯ୍ୟକାନ୍ତ ଟଙ୍କା ଫେରାଇ ନଥିଲେ। ଏହାକୁ କେନ୍ଦ୍ରକରି ପୂର୍ବରୁ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଗୁରୁବାର ସା ପ୍ରାୟ ୭ଟା ସମୟରେ ସୂର୍ଯ୍ୟ ବସଷ୍ଟାଣ୍ଡକୁ ଯାଉଛି କହି ଘରୁ ବାହାରି ଯାଇଥିଲେ ମଧ୍ୟ ବିଳମ୍ବିତ ରାତି ପର୍ଯ୍ୟନ୍ତ ଫେରି ନଥିଲେ। ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନଥିଲେ। ଶୁକ୍ରବାର ସକାଳେ ସୂର୍ଯ୍ୟଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗ୍ରାମର ମୁଖ୍ୟରାସ୍ତା କଡ଼ରେ ଥିବା ବିଦେଶୀ ମଦ ଦୋକାନ ସମ୍ମୁଖସ୍ଥ ଏକ ନିର୍ମାଣାଧୀନ ଘରେ ପଡ଼ିଥିବା ଖବର ପ୍ରଚାରିତ ହୋଇଥିଲା। ସୂର୍ଯ୍ୟଙ୍କଙ୍କ ବଡ଼ଭାଇ ନିତ୍ୟାନନ୍ଦ ଥାନାରେ ଏତଲା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରି ଥାନାରେ ଅଟକ ରଖି ପଚରାଉଚୁରା କରିବା ପରେ ସେ ସୂର୍ଯ୍ୟଙ୍କୁ ମାରିଥିବା ସ୍ବୀକାର କରିଥିଲେ। ପାଟପୁର ପୋଲିସ ନଂ. ୮୩୨/୨୩ରେ ମାମଲା ରୁଜୁ କରିବା ସହ  ହତ୍ୟାକାଣ୍ଡରେ ବ୍ୟବହୃତ ଏକ ଲୁହା ଛଡ଼ ଏବଂ ମୋବାଇଲ ଫୋନ ଜବତ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri