ଦୁଇଦିନ ହେଲା ନିଖୋଜ ଥିଲେ ଯୁବକ, ଆଜି ମିଳିଲା ମୃତଦେହ

ଚାନ୍ଦବାଲି,୧୫ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଞ୍ଚଳର ଜଣେ ଯୁବକ ଦୁଇଦିନ ହେଲା ନିଖୋଜ ଥିବା ବୋଳେ ରବିବାର ମୃତଦେହ ସାଳନ୍ଦୀ ଶାଖା ନଟିଆ ଜୋରରୁ ଜବତ ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚନ୍ଦବାଲି ବ୍ଳକ ଅନ୍ତର୍ଗତ ମାଧପୁର ପଞ୍ଚାୟତ ଅଣଖାସାହିର ରମେଶ ଦାସଙ୍କ ପୁଅ ସୁକାନ୍ତ (୨୨)। ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ରମେଶଙ୍କ ୩ ପୁଅଙ୍କ ମଧ୍ୟରୁ ସୁକାନ୍ତ ହେଉଛି ବଡ଼ ପୁଅ। ଗତ ଶୁକ୍ରବାର ସନ୍ଧ୍ୟାରେ ସାଙ୍ଗମାନଙ୍କ ସହିତ ମୋବାଇଲରେ ଗେମ ଖେଳୁଥିଲେ। ରାତିପ୍ରାୟ ୮ଟାରୁ ସେ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ସୁକାନ୍ତଙ୍କ ପତ୍ତା ନ ମିଳିବାରୁ ପରିବାର ଲୋକେ ଶନିବାର ଚାନ୍ଦବାଲି ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇବା ପରେ ଚାନ୍ଦବାଲି ଆଇଆଇସି ପଞ୍ଚାନନ ମହାନ୍ତି ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିବା ସହ ମୋବାଇଲ ଟ୍ରାକିଂ କରି ମୋବାଇଲ ସେହି ଗ୍ରାମ ପାଖାପାଖି ଚାଷଜମିରେ ପଡିଥିବା ଜାଣିବାକୁ ପାଇଥିଲେ। ଆଜି ସକାଳୁ ଗ୍ରାମ ନିକଟ ସାଳନ୍ଦୀ ନଦୀର ଶାଖା ନଟିଆ ଜୋରରେ ଏକ ମୃତଦେହ ଭାସୁଥିବାର ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଖବର ପାଇ ଘଟଣାସ୍ଥଳରେ ମତୋ ଫାଣ୍ଡି ପୋଲିସ ପହଞ୍ଚି ମୃତଦେହକୁ ପାଣିରୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ପରିବାର ଲୋକେ ହତ୍ୟା ଅଭିଯୋଗ ଆଣୁଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପରେ ଘଟଣାର ସତ୍ୟତା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri