ଯୁବକଙ୍କ କଟାହାତ ଯୋଡ଼ାହେଲା

କଟକ,୧ା୭ (କାର୍ତ୍ତିକ ସାହୁ): ଜଣେ ଯୁବକଙ୍କ କଟା ହାତକୁ ଯୋଡ଼ି ଏସ୍‌ସିବି ମେଡିକାଲର ଡାକ୍ତରମାନେ ଆଉ ଏକ ସଫଳତାର ଫର୍ଦ୍ଦ ଯୋଡ଼ିଛନ୍ତି। ସମ୍ପୂର୍ଣ୍ଣ ଦୁଇଖଣ୍ଡ ହୋଇଯାଇଥିବା ହାତରେ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ଅସମ୍ଭବକୁ ସମ୍ଭବ କରି ଦେଖାଇଛନ୍ତି ଏସ୍‌ସିବି ମେଡିକାଲ କଲେଜର ପ୍ଲାଷ୍ଟିକ ସର୍ଜରି ବିଭାଗର ବିଶେଷଜ୍ଞମାନେ। ଏହି ଯୁବକ ଜଣକ ହେଲେ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କୁଟାପାଳ ଗ୍ରାମର ପ୍ରକାଶ ଦାସ(୨୩)।
ମିଳିଥିବା ସୂଚନାନୁସାରେ, ପ୍ରକାଶ ରଥଯାତ୍ରା ଦେଖି ଗତ ଜୁନ୍‌ ୨୧ ତାରିଖ ରାତି ପ୍ରାୟ ୮ଟାରେ ଫେରୁଥିବାବେଳେ ବ୍ୟକ୍ତିଗତ ଶତ୍ରୁତା କାରଣରୁ ଗ୍ରାମର କେତେଜଣ ଯୁବକ ଏକ ନିଛାଟିଆ ସ୍ଥାନରେ ମାରଣାସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ଏଥିରେ ତାଙ୍କ ବାମହାତ ମଣିବନ୍ଧରୁ ଅଲଗା ହୋଇଯାଇଥିଲା। ପରିବାର ଲୋକେ ଉକ୍ତ ହାତ ସହିତ ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ପ୍ରକାଶଙ୍କୁ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏସ୍‌ସିବିର ଜରୁରିକାଳୀନ ବିଭାଗରେ ଭର୍ତ୍ତି ହେବା ପରେ ତାଙ୍କୁ ତୁରନ୍ତ ପ୍ଲାଷ୍ଟିକ ସର୍ଜରୀ ବିଭାଗକୁ ନିଆଯାଇଥିଲା। କଟାହାତ ଯୋଡ଼ା ହେବା ନିମନ୍ତେ ତ୍ୱରିତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଥିଲା। ରାତି ୮ଟାରୁ ହାତକଟି ଥିବାବେଳେ ରାତି ପ୍ରାୟ ୧୨ରୁ ସକାଳ ୬ଟା ପର୍ଯ୍ୟନ୍ତ ଏହି ଜଟିଳ ଅସ୍ତ୍ରୋପଚାର ଚାଲିଥିଲା। ପ୍ଲାଷ୍ଟିକ ସର୍ଜରି ବିଭାଗର ଡାକ୍ତରୀ ଟିମ୍‌ ପ୍ରାୟ ୬ ଘଣ୍ଟାର ପରିଶ୍ରମ କରି ଯୁବକଙ୍କ କଟାହାତର ପ୍ରତିଟି ଶିରା, ପ୍ରଶିରା ସହ ହାଡ଼କୁ ଯୋଡ଼ିବା ପାଇଁ ଅତି ସୂକ୍ଷ୍ମ ଅସ୍ତ୍ରୋପଚାର କରିଥିଲେ। ଯାହାଦ୍ୱାରା ପ୍ରକାଶ ତାଙ୍କ ପୂର୍ଣ୍ଣ ହାତ ଫେରିପାଇଲେ। ପ୍ଲାଷ୍ଟିକ ସର୍ଜରି ବିଭାଗର ମୁଖ୍ୟ ପ୍ରଫେସର ଡା. ବିଭୂତି ଭୂଷଣ ନାୟକଙ୍କ ନେତୃତ୍ୱରେ ୧୦ ଜଣିଆ ଡାକ୍ତରୀ ଦଳ ଏହି ଅସ୍ତ୍ରୋପଚାର କରିଥିଲେ। ସେମାନଙ୍କ ମଧ୍ୟରେ ପ୍ଲାଷ୍ଟିକ ସର୍ଜରି ବିଶେଷଜ୍ଞ ଡା. ପ୍ରଶାନ୍ତ ବଳ, ଡା. ବିଷ୍ଣୁପଦ ନାୟକ, ଡା. ସୂର୍ଯ୍ୟ ମଲ୍ଲିକ, ଡା. ଆଶିଷ ପଟ୍ଟନାୟକ, ଡା. ଜିବିତେଶ ବେହେରା, ଡା. ବିନୟ ସାହୁ, ନିଶ୍ଚେତକ ବିଭାଗର ଡା. ଦେବ ମହାନ୍ତି ଓ ତାଙ୍କ ଟିମ୍‌ ଏବଂ ଅସ୍ଥିଶଲ୍ୟ ବିଭାଗର ଡା. ବି. ଏସ୍‌. ଲେଙ୍କା ଓ ତାଙ୍କ ଟିମ୍‌ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏନେଇ ପ୍ଲାଷ୍ଟିକ ସର୍ଜରି ବିଭାଗ ପକ୍ଷରୁ ବିଭାଗ ସମ୍ମିଳନୀ କକ୍ଷରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଭାଗୀୟ ମୁଖ୍ୟ ପ୍ରଫେସର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri