ଅନୁରାଗ ପାଇଁ ଯୁବପିଢ଼ିଙ୍କ କ୍ରେଜ୍‌

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ୟୁଟୁବର୍‌ ତଥା ବାଇକର୍‌ ଅନୁରାଗ ଦୋଭଲଙ୍କୁ ରବିବାର ଅପରାହ୍ନ ୪.୩୦ରେ ଭୁବନେଶ୍ୱର ଏସ୍‌ପ୍ଲାନେଡ୍‌ ମଲ ନିକଟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା। ସେ ତାଙ୍କ ଆକର୍ଷଣୀୟ ବାଇକ୍‌ ନେଇ ଏଠାରେ ପହଞ୍ଚିବା ପରେ ପ୍ରଶଂସକମାନେ ଭିଡ଼ ଜମାଇଥିଲେ। ଏପରିକି ଅନ୍ୟ ବାଇକରମାନେ ମଧ୍ୟ ଆସି ସେମାନଙ୍କ କ୍ରେଜ ଦେଖାଇଥିଲେ। ତେବେ ଓଡ଼ିଶା ବାଇକର ଅନମୋଲ୍‌ ଦାସଙ୍କ ଲାମ୍ବରଗିନି କାର୍‌କୁ ଦେଖି ମଧ୍ୟ ଯୁବବର୍ଗ ବେଶ ଖୁସି ହେଉଥବା ଦେଖିବାକୁ ମିଳିଥିଲା। ସମସ୍ତେ ବାଇକରଙ୍କ ସହ ସେଲ୍‌ଫି ନେଇଥିଲେ। ସେଠାରେ ଭିଡ଼ ବଢ଼ିବାରୁ ଏସ୍‌ପ୍ଲାନେଡ୍‌ ସାମ୍ନା ରାସ୍ତା ଗହଳି ହୋଇଯାଇଥିଲା। ଏପରିକି ରାସ୍ତାର ଦୁଇ ପାର୍ଶ୍ୱ ଏବଂ ଓଭର ବ୍ରିଜ୍‌ରେ ଶହ ଶହ ଗାଡ଼ି ଅପେକ୍ଷା କରି ରହିଥିଲା। ଭିଡ଼ ଏତେ ଅଧିକ ହୋଇଯାଇଥିଲା ଯେ, ଅନୁରାଗ କାର୍ଯ୍ୟକ୍ରମ ଅଧାରୁ ପଳାଇ ଯାଇଥିଲେ। ଅନୁରାଗ ବାଇକ ରାଇଡ୍‌ ପାଇଁ ସାମାଜିକ ଗଣମାଧ୍ୟମରେ ବେଶ୍‌ ଲୋକପ୍ରିୟ। ସେ ଓଡ଼ିଶା ଆସିବା ନେଇ ଗୋଟିଏ ଦିନ ପୂର୍ବରୁ ତାଙ୍କ ସୋସିଆଲ୍‌ ମିଡିଆ ଆକାଉଣ୍ଟରେ ଜଣାଇଥିଲେ। ତାଙ୍କୁ ପସନ୍ଦ କରୁଥିବା ଯୁବପିଢ଼ୀମାନେ ତାଙ୍କୁ ଅପେକ୍ଷା କରିଥିଲେ। ତାଙ୍କୁ ଓଡ଼ିଶା ବାଇକରମାନେ ଏସ୍‌ପ୍ଲାନେଡ୍‌ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରି ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଅଚଳ: ଗ୍ରାମବାସୀ ଥାନାରେ ଲିଖିତ ଅଭିଯୋଗ କରି…

ଦାରିଙ୍ଗବାଡ଼ି,୧ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ବିଏସ୍‌ଏନ୍‌ଏଲ ନେଟ୍‌ଓ୍ବର୍କ ବାରମ୍ବାର ଅଚଳ ହେଉଥିବା ବେଳେ ଗତ ୩୦ ମଧ୍ୟ ରାତ୍ରରୁ ସମ୍ପୂର୍ଣ୍ଣ ଅଚଳ ହୋଇଥିଲେ…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri