ସାଙ୍ଗର ଠେଙ୍ଗା ମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ସମ୍ବଲପୁର,୧୩।୯(ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ରାସନପୁର ବାଙ୍କିଟିକ୍ରା ଗ୍ରାମରେ ସାଙ୍ଗର ଠେଙ୍ଗା ମାଡ଼ରେ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ମାନେଶ୍ବର ମିର୍ଗାମୁଣ୍ଡାର ସୂର୍ଯ୍ୟନାରାୟଣ ପାଣିଗ୍ରାହୀ(୪୮)l

ମିଳିଥିବା ସୂଚନା ଅନୁଯାଇ ଗତ ଗୁରବାର ରାତିରେ ବାଙ୍କିଟିକ୍ରା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ସୂର୍ଯ୍ୟନାରାୟଣ, ଜେ. ଶ୍ରୀଧର ଓ ଅନ୍ୟ ଜଣେ ମିଶି ୩ ଜଣ ସାଙ୍ଗ ଏକାଠୀ ବସି ମଦ୍ୟପାନ କରିଥିଲେ। ଏହି ସମୟରେ କୌଣସି କଥାକୁ ନେଇ ସେମାନଙ୍କ ମଧ୍ୟରେ କଥାକଟାକଟିରୁ ବଚସା ଆରମ୍ଭ ହୋଇଥିଲା। ଏଥିରେ ହଠାତ ଉତ୍ତ୍ୟକ୍ତ ହୋଇ ଜେ. ଶ୍ରୀଧର ନିକଟରେ ପଡ଼ିଥିବା ଏକ ଠେଙ୍ଗାରେ ସତ୍ୟନାରାୟଣଙ୍କୁ ଆକ୍ରମଣ କରିଥିଲେ।

ଠେଙ୍ଗାମାଡ଼ ସୂର୍ଯ୍ୟନାରାୟଣଙ୍କ ମୁଣ୍ଡରେ ବାଜିବାକୁ ସେ ସେଠାରେ ସଂଜ୍ଞାହୀନ ହୋଇ ଟଳିପଡ଼ିଥିଲେ । ତାଙ୍କ ମୁଣ୍ଡରେ ଗଭୀର କ୍ଷତ ହୋଇ ପ୍ରଚୁର ରକ୍ତସ୍ରାବ ହୋଇଥିଲା। ସ୍ଥାନୀୟ ଲୋକେ ଠେଙ୍ଗା ମାଡ଼ରେ ଗୁରୁତର ସତ୍ୟନାରାୟଣ ସେଠାରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ସମ୍ଭବତଃ ମୁଣ୍ଡରେ ଠେଙ୍ଗା ମାଡ଼ ଯୋଗୁଁ ଘଟଣାସ୍ଥଳରେ ହିଁ ସୂର୍ଯ୍ୟନାରାୟଣଙ୍କ ମୃତ୍ୟୁ ଘଟିଥିଲା।

ଅପରପକ୍ଷରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୂର୍ଯ୍ୟନାରାୟଣଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ନେଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବାରୁ ପୋଲିସ ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି। ତେଣେ ସୂର୍ଯ୍ୟନାରାୟଣଙ୍କୁ ଆକ୍ରମଣ କରି ଜେ. ଶ୍ରୀଧର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ମାତ୍ର ଶ୍ରୀଧରଙ୍କ ମୋବାଇଲ ଟ୍ରାକ କରି ପୋଲିସ ତାଙ୍କୁ ଗିରଫ କରିଥିବା ଖବର ମିଳିଛି। ଏହାକୁ ନେଇ ସଦରଥାନାରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri