Posted inଖେଳ

ପାକିସ୍ତାନ ଗସ୍ତ କରିବାକୁ ଜିମ୍ବାଓ୍ବେ ଦଳକୁ ଅନୁମତି

ହରାରେ,୨୪।୯ (ଏପି): ଆସନ୍ତାମାସ ଏକ ସୀମିତ ଓଭର ସିରିଜ ଖେଳିବାକୁ ଜିମ୍ବାଓ୍ବେ କ୍ରିକେଟ ଦଳ ପାକିସ୍ତାନ ଗସ୍ତ କରିବ। ଏ ନେଇ ଜିମ୍ବାଓ୍ବେ ସରକାର ଅନୁମତି ଦେଇଛନ୍ତି। କୋଭିଡ୍‌-୧୯ ମହାମାରୀ କାରଣରୁ ଦଳ ସରକାରଙ୍କଠାରୁ ଅନୁମତି ଲୋଡିଥିଲା। ତେବେ ଦଳକୁ ଅନୁମତି ପ୍ରଦାନ କରାଯାଇଛି ବୋଲି ଜିମ୍ବାଓ୍ବେ କ୍ରିକେଟ ତରଫରୁ କୁହାଯାଇଛି।
ଜିମ୍ବାଓ୍ବେ ଓ ପାକିସ୍ତାନ ମଧ୍ୟରେ ୩ଟି ଦିନିକିଆ ଓ ୩ଟି ଟି୨୦ ମ୍ୟାଚ୍‌ ଖେଳାଯିବ। ଅକ୍ଟୋବର ଶେଷ ଓ ନଭେମ୍ବର ପ୍ରାରମ୍ଭରେ ଏହି ମ୍ୟାଚ୍‌ଗୁଡିକ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ୩ଟି ଯାକ ଦିନିକିଆ ମୁଲତାନରେ ଖେଳାଯିବ। ସେହିପରି ୩ଟି ଯାକ ଟି୨୦ ରାଓ୍ବଲପିଣ୍ଡିରେ ଆୟୋଜନ ହେବ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ତରଫରୁ ସୂଚନା ଦିଆଯାଇଛି। ଦର୍ଶକଙ୍କୁ ଏହି ମ୍ୟାଚ୍‌ ଦେଖିବାକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଦୁଇଟି ଷ୍ଟାଡିୟମରେ ଜୈବ ସୁରକ୍ଷିତ ପରିବେଶ ସୃଷ୍ଟି କରାଯିବ। ଏହି ଅବସରରେ ସବୁ ପ୍ରକାର ନିୟମ ଓ ପ୍ରୋଟୋକଲକୁ ଅନୁସରଣ କରାଯିବ ବୋଲି ପିସିବି ନିର୍ଦ୍ଦେଶକ ଜାକିର ଖାନ୍‌ କହିଛନ୍ତି। ଏକ ବର୍ଦ୍ଧିତ ଦଳ ସହ ଜିମ୍ବାଓ୍ବେ ପାକିସ୍ତାନରେ ପହଞ୍ଚିବ। ଖେଳାଳି ଓ ଅଫିସିଆଲମାନେ ହରାରେ ଛାଡିବା ପୂର୍ବରୁ ୪୮ ଘଣ୍ଟା ମଧ୍ୟରେ ୨ଥର କୋଭିଡ୍‌ ଟେଷ୍ଟର ସମ୍ମୁଖୀନ ହେବେ। ସେହିପରି ଅକ୍ଟୋବର ୨୦ ତାରିଖରେ ପାକିସ୍ତାନରେ ପହଞ୍ଚିବା ପରେ ମଧ୍ୟ ସେମାନେ ଟେଷ୍ଟର ସମ୍ମୁଖୀନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?