ସରକାରୀ ନିୟମ ମାନୁ ନାହାନ୍ତି ପ୍ରେକ୍ଷାଳୟ ମାଲିକ: ରାସ୍ତାକୁ ଓହ୍ଲାଇଲେ ଫିଲ୍ମ ପ୍ରଯୋଜକ, ନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଡ଼ିଆ ସିନେମାର ସ୍ଥିତି ଠିକ୍‌ ନ ଥିବାବେଳେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି ପ୍ରଯୋଜକ ଓ ନିର୍ଦ୍ଦେଶକ। ଫିଲ୍ମ ନିର୍ମାଣ ପରେ ବି ପ୍ରେକ୍ଷାଳୟ ମିଳୁନି। ଏଥିସହ ୨୦୦୮ରୁ ଫିଲ୍ମ ନିର୍ମାଣରେ ସବ୍‌ସିଡି ମଧ୍ୟ ମିଳୁନାହିଁ। ଫାଇଲ୍‌ ଭିତରେ ସୀମିତ ରହିଛି ଓଡ଼ିଆ ସିନେମା ନୀତି। ଏଭଳି ସ୍ଥିତିରେ ଓଡ଼ିଆ ସିନେମାର ଭବିଷ୍ୟତକୁ ନେଇ ଚିନ୍ତାରେ ପଡ଼ିଥିବା ପ୍ରଯୋଜକ ଓ ନିର୍ଦ୍ଦେଶକମାନେ ଶେଷରେ ରାସ୍ତାକୁ ଓହ୍ଲାଇଛନ୍ତି। ସମସ୍ୟାର ସମାଧାନ ସହ ଓଡ଼ିଆ ସିନେମାକୁ ସଫଳତାର ଶୀର୍ଷରେ ପହଞ୍ଚାଇବା ପାଇଁ ବୁଧବାର ଆରମ୍ଭ ହୋଇଛି ‘ଓଡ଼ିଆ ସିନେମା ବଞ୍ଚାଅ ଅଭିଯାନ ପଦଯାତ୍ରା’। ପ୍ରଯୋଜକ, ନିର୍ଦ୍ଦେଶକମାନେ ସୂଚନା ଭବନରୁ ପଦଯାତ୍ରାରେ ବାହାରି ‘ଓଡ଼ିଆ ସିନେମା ବଞ୍ଚାଅ, ଆସ ଓଡ଼ିଆ ସିନେମାକୁ ଆଗେଇ ନେବା’ ସ୍ଲୋଗାନ ଦେଇ ରଜଭବନ ଯାଏ ଯାଇଥିଲେ। ରାଜଭବନ ଛକସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ଠିଆ ହୋଇ ସେମାନେ ଦାବି ଉପସ୍ଥାପନ କରିଥିଲେ। ସରକାରୀ ନିୟମ ଅନୁସାରେ ପ୍ରେକ୍ଷାଳୟରେ ୭ସପ୍ତାହ ଓଡ଼ିଆ ଚଳଚ୍ଚିତ୍ର ଚଲାଇବାର ନିମୟ ଥିଲେ ବି ଚଳଚ୍ଚିତ୍ର ନିର୍ମାଣ କରି ମୁକ୍ତିଲାଭ କରିବା ପାଇଁ ଡିଷ୍ଟ୍ରିବ୍ୟୁଟରମାନଙ୍କୁ ହଲ୍‌ ମାଲିକଙ୍କ ପଛରେ ଗୋଡାଇବାକୁ ପଡ଼ୁଛି। ହଲ୍‌ ମାଲିକଙ୍କ ପାଇଁ ସରକାରୀ କଟକଣା କ’ଣ ପାଇଁ ରହୁନି ବୋଲି ସେମାନେ ଅଭିଯୋଗ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଯୋଜକ ସଚ୍ଚିକାନ୍ତ ଜେନା, ଶ୍ରୀଧର ମାର୍ଥା, ସଞ୍ଜୟ ପାତ୍ର, ନିର୍ଦ୍ଦେଶକ ସନ୍ତୋଷ ବିଷୋୟୀ, ଓଲିଉଡ କ୍ରିଏଟିଭ୍‌ ହେଡ୍‌ ପ୍ରଣୟ ଜେଠୀ ପ୍ରମୁଖ ଯୋଗ ଦେଇଥିଲେ। ଏହା ପ୍ରତିଦିନ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବ। ଯେ ପର୍ଯ୍ୟନ୍ତ ସରକାର କୌଣସି ପଦକ୍ଷେପ ଗ୍ରହଣ ନ କରିଛନ୍ତି, ସେ ପର୍ଯ୍ୟନ୍ତ ପଦଯାତ୍ରା ଚାଲୁରହିବ ବୋଲି କ୍ରିଏଟିଭ୍‌ ହେଡ୍‌ ଜେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri