ସରକାରୀ ନିୟମ ମାନୁ ନାହାନ୍ତି ପ୍ରେକ୍ଷାଳୟ ମାଲିକ: ରାସ୍ତାକୁ ଓହ୍ଲାଇଲେ ଫିଲ୍ମ ପ୍ରଯୋଜକ, ନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଡ଼ିଆ ସିନେମାର ସ୍ଥିତି ଠିକ୍‌ ନ ଥିବାବେଳେ ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇଯାଇଛନ୍ତି ପ୍ରଯୋଜକ ଓ ନିର୍ଦ୍ଦେଶକ। ଫିଲ୍ମ ନିର୍ମାଣ ପରେ ବି ପ୍ରେକ୍ଷାଳୟ ମିଳୁନି। ଏଥିସହ ୨୦୦୮ରୁ ଫିଲ୍ମ ନିର୍ମାଣରେ ସବ୍‌ସିଡି ମଧ୍ୟ ମିଳୁନାହିଁ। ଫାଇଲ୍‌ ଭିତରେ ସୀମିତ ରହିଛି ଓଡ଼ିଆ ସିନେମା ନୀତି। ଏଭଳି ସ୍ଥିତିରେ ଓଡ଼ିଆ ସିନେମାର ଭବିଷ୍ୟତକୁ ନେଇ ଚିନ୍ତାରେ ପଡ଼ିଥିବା ପ୍ରଯୋଜକ ଓ ନିର୍ଦ୍ଦେଶକମାନେ ଶେଷରେ ରାସ୍ତାକୁ ଓହ୍ଲାଇଛନ୍ତି। ସମସ୍ୟାର ସମାଧାନ ସହ ଓଡ଼ିଆ ସିନେମାକୁ ସଫଳତାର ଶୀର୍ଷରେ ପହଞ୍ଚାଇବା ପାଇଁ ବୁଧବାର ଆରମ୍ଭ ହୋଇଛି ‘ଓଡ଼ିଆ ସିନେମା ବଞ୍ଚାଅ ଅଭିଯାନ ପଦଯାତ୍ରା’। ପ୍ରଯୋଜକ, ନିର୍ଦ୍ଦେଶକମାନେ ସୂଚନା ଭବନରୁ ପଦଯାତ୍ରାରେ ବାହାରି ‘ଓଡ଼ିଆ ସିନେମା ବଞ୍ଚାଅ, ଆସ ଓଡ଼ିଆ ସିନେମାକୁ ଆଗେଇ ନେବା’ ସ୍ଲୋଗାନ ଦେଇ ରଜଭବନ ଯାଏ ଯାଇଥିଲେ। ରାଜଭବନ ଛକସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ଠିଆ ହୋଇ ସେମାନେ ଦାବି ଉପସ୍ଥାପନ କରିଥିଲେ। ସରକାରୀ ନିୟମ ଅନୁସାରେ ପ୍ରେକ୍ଷାଳୟରେ ୭ସପ୍ତାହ ଓଡ଼ିଆ ଚଳଚ୍ଚିତ୍ର ଚଲାଇବାର ନିମୟ ଥିଲେ ବି ଚଳଚ୍ଚିତ୍ର ନିର୍ମାଣ କରି ମୁକ୍ତିଲାଭ କରିବା ପାଇଁ ଡିଷ୍ଟ୍ରିବ୍ୟୁଟରମାନଙ୍କୁ ହଲ୍‌ ମାଲିକଙ୍କ ପଛରେ ଗୋଡାଇବାକୁ ପଡ଼ୁଛି। ହଲ୍‌ ମାଲିକଙ୍କ ପାଇଁ ସରକାରୀ କଟକଣା କ’ଣ ପାଇଁ ରହୁନି ବୋଲି ସେମାନେ ଅଭିଯୋଗ କରିଥିଲେ। କାର୍ଯ୍ୟକ୍ରମରେ ପ୍ରଯୋଜକ ସଚ୍ଚିକାନ୍ତ ଜେନା, ଶ୍ରୀଧର ମାର୍ଥା, ସଞ୍ଜୟ ପାତ୍ର, ନିର୍ଦ୍ଦେଶକ ସନ୍ତୋଷ ବିଷୋୟୀ, ଓଲିଉଡ କ୍ରିଏଟିଭ୍‌ ହେଡ୍‌ ପ୍ରଣୟ ଜେଠୀ ପ୍ରମୁଖ ଯୋଗ ଦେଇଥିଲେ। ଏହା ପ୍ରତିଦିନ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବ। ଯେ ପର୍ଯ୍ୟନ୍ତ ସରକାର କୌଣସି ପଦକ୍ଷେପ ଗ୍ରହଣ ନ କରିଛନ୍ତି, ସେ ପର୍ଯ୍ୟନ୍ତ ପଦଯାତ୍ରା ଚାଲୁରହିବ ବୋଲି କ୍ରିଏଟିଭ୍‌ ହେଡ୍‌ ଜେଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri