Posted inଜାତୀୟ

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି ଡା. ରାଧା ମୋହନ ଦାସ ଅଗ୍ରୱାଲଙ୍କ ଘରେ ଚୋରି ହୋଇଛି । ଦିଲ୍ଲୀର ଫିରୋଜଶାହ ରୋଡ୍‌ସ୍ଥିତ ଏହି ଅଞ୍ଚଳକୁ VIP ଜୋନ୍‌ ଭାବେ ଗଣାଯାଏ।

ଘଟଣାର ସବୁଠାରୁ ଚର୍ଚ୍ଚିତ ଦିଗ ହେଉଛି, ଚୋରମାନେ ମୂଲ୍ୟବାନ ସାମଗ୍ରୀ ସହ ଗଟରର ଢାଙ୍କୁଣି ମଧ୍ୟ ଚୋରି କରି ନେଇଥିବା ଜଣାପଡ଼ିଛି। ଚୋରି ଖବର ପାଇବା ପରେ ଦିଲ୍ଲୀ ପୋଲିସ ଓ ଫରେନସିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଏମପିଙ୍କ ଘରେ ଚୋରମାନେ କିପରି ପ୍ରବେଶ କଲେ ଏବଂ କେଉଁଭଳି ଚୋରି କଲେ, ସେନେଇ ପୋଲିସ ତଦନ୍ତ କରୁଛି। ଫିରୋଜଶାହ ରୋଡ୍‌ ଅଞ୍ଚଳରେ ଅନେକ ଏମପି ଓ ବଡ଼ ବଡ଼ ନେତାଙ୍କ ଘର ରହିଛି । ଏଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ରହିଥିଲେ ମଧ୍ୟ ଏଭଳି ଚୋରି ଘଟଣା ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି।ଘଟଣାର ତଦନ୍ତ ପାଇଁ ଅଞ୍ଚଳରେ ଲାଗିଥିବା CCTV କ୍ୟାମେରାର ଫୁଟେଜ୍‌ ଯାଞ୍ଚ କରାଯାଉଛି । ଚୋରମାନେ କେଉଁ ରାସ୍ତାରେ ଆସିଥିଲେ ଏବଂ କେଉଁ ରାସ୍ତାରେ ଫେରିଥିଲେ, ତାହା ଜାଣିବାକୁ ପୋଲିସ ଉଦ୍ୟମ କରୁଛି।

ଏପର୍ଯ୍ୟନ୍ତ ଚୋରି ଘଟଣା କେବେ ଘଟିଥିଲା ଏବଂ ଏଥିରେ କେତେଜଣ ସାମିଲ ଥିଲେ, ତାହା ସ୍ପଷ୍ଟ ହୋଇନାହିଁ। ଚୋରମାନେ ଠିକ୍‌ କେଉଁ କେଉଁ ମୂଲ୍ୟବାନ ସାମଗ୍ରୀ ନେଇଯାଇଛନ୍ତି, ସେନେଇ ମଧ୍ୟ ପୋଲିସ ତଥ୍ୟ ସଂଗ୍ରହ କରୁଛି। ଅନ୍ୟପଟେ ଫରେନସିକ୍‌ ଟିମ୍‌ ସାଂସଦଙ୍କ ଘରର ବିଭିନ୍ନ ସ୍ଥାନରୁ ଫିଙ୍ଗରପ୍ରିଣ୍ଟ ସମେତ ଅନ୍ୟାନ୍ୟ ପ୍ରମାଣ ସଂଗ୍ରହ କରୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?