ହନୁମାନ ମନ୍ଦିରରୁ ଚୋରି, ଦେଢ଼ଲକ୍ଷ ଟଙ୍କାର ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ

ଭଞ୍ଜନଗର,୧୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଜିଲୁଣ୍ଡି ମଳାସପଦର ରାସ୍ତାରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ରାତିରେ ବଡ଼ ଧରଣର ଚୋରି ହୋଇଛି। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରେ ପଶି ଠାକୁରଙ୍କ ବିଭିନ୍ନ ମୂଲ୍ୟବାନ ଅଳଙ୍କାର ଲୁଟି ନେଇଥିବା ଜଣାପଡ଼ିଛି। ଚୋରି ହୋଇଥିବା ଅଳଙ୍କାରର ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ମନ୍ଦିରର ପୂଜକ ଓ ସ୍ଥାନୀୟ ଲୋକେ ମନ୍ଦିର ଖୋଲିବା ପରେ ଠାକୁରଙ୍କ ଦେହରୁ ଅଳଙ୍କାର ଗାୟବ ଥିବା ଦେଖିଥିଲେ। ଏହାପରେ ଚୋରି ଘଟଣା ସାମ୍ନାକୁ ଆସିଥିଲା। ଖବର ପ୍ରଚାରିତ ହେବା ପରେ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଚୋରିରେ କେଉଁମାନଙ୍କ ସମ୍ପୃକ୍ତି ରହିଛି, ସେନେଇ ପୋଲିସ ତଦନ୍ତ ଜାରି ରଖିଛି।

ଅନ୍ୟପକ୍ଷରେ ଭଞ୍ଜନଗର ଶିରିଡ଼ି ସାଇ ମନ୍ଦିର ସମେତ ବିଭିନ୍ନ ମନ୍ଦିରରୁ ବାରମ୍ବାର ଚୋରି ଘଟଣା ଘଟୁଥିଲେ ମଧ୍ୟ ଦୁର୍ବୃତ୍ତମାନେ ଧରାପଡ଼ୁ ନଥିବାରୁ ଭକ୍ତ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଛି। ମନ୍ଦିରଗୁଡ଼ିକର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ସହ ଚୋରି ଘଟଣାରେ ସମ୍ପୃକ୍ତ ଅପରାଧୀଙ୍କୁ ଶୀଘ୍ର ଧରିବାକୁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିସି କାରବାର: ପୁଣି ଗର୍ଜିଲେ ବରଗଡ଼ ଏମ୍‌ପି, ଅଧିକାରୀଙ୍କୁ ତାଗିଦ୍‌ କରି କହିଲେ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ପି.ସି କାରବାରକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଖୋଦ ବରଗଡ଼ ଲୋକ ସଭା ଏମ୍‌ପି(MP) ପ୍ରଦୀପ ପୁରୋହିତ…

ଭାରତୀୟ ବ୍ୟାଟରଙ୍କ ଉପରେ ଗମ୍ଭୀରଙ୍କ ରାଗ: ପରାଜୟର କାରଣ ନେଇ ଖୋଲିଲେ ମୁହଁ, କହିଲେ ଏହାର ପରିଣାମ…

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଲଜ୍ଜାଜନକ ପରାଜୟ ପରେ ଭାରତୀୟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର କହିଛନ୍ତି ଯେ, ଅନ୍ତର୍ଜାତୀୟ କ୍ରିକେଟରେ ଏପରି…

ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱ, ଆସନ୍ତା…

କଟକ,୧୩।୧୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍‌ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ…

ଟିମ୍‌ଇଣ୍ଡିଆ ସହ ହୋଇଛି ବଡ଼ ଧୋକା: ୩୩୩ ରନ ହୋଇଥିବା ପିଚ୍‌ରେ ଭାରତ ୮୯ରେ ଅଲଆଉଟକୁ ନେଇ ମୁହଁ ଖୋଲିଲେ ଶ୍ରେୟସ ଆୟର

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୨: ନ୍ୟୁଜିଲାଣ୍ଡ ବିପକ୍ଷ ଚତୁର୍ଥ ଦିନିକିଆରେ ଟିମ ଇଣ୍ଡିଆର ବ୍ୟାଟିଂ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଯେଉଁ ପିଚ୍‌ରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୩୩୩ ରନ…

ବରଗଡ଼ ଗସ୍ତରେ ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ, ୩୮୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ…

ବରଗଡ଼,୧୩ା୧୧(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଆଇନ, ପୂର୍ତ୍ତ ଏବଂ ଅବକାରୀ ବିଭାଗ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଶୁକ୍ରବାର ଦିନିକିଆ ବରଗଡ଼ ଗସ୍ତରେ ଆସି ଜିଲାର ସର୍ବାଙ୍ଗୀନ ବିକାଶ ନିମନ୍ତେ…

ପାଟ୍ରୋଲିଂବେଳେ କାର୍‌ ଅଟକାଇଲା ପୋଲିସ, ଭିତରେ ଏତେ ଗଞ୍ଜେଇ ଦେଖି ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଶୁକ୍ରବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ବେଗୁନିଆପଡ଼ା ଥାନା ନୂଆଗଡ଼ ସୁମଣ୍ଡଳ ଗ୍ରାମର ବାବୁ ନାୟକ(୨୫)ଙ୍କୁ ବ୍ରହ୍ମପୁର…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଘର ଲୋକଙ୍କ ଭୟରେ ଜଙ୍ଗଲକୁ ପଳାଇଥିଲେ ୪ ଦଶମ ଶ୍ରେଣୀ ଛାତ୍ର, ଆଉ ତା’ପରେ…

ବଲାଙ୍ଗୀର,୧୩।୧୧: ବଲାଙ୍ଗୀର ସହର ଉପକଣ୍ଠ ଜଙ୍ଗଲରୁ ଶୁକ୍ରବାର ୪ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ସମସ୍ତ ଛାତ୍ର ଲଳିତନଗର ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?