ମେଡିସିନ ଷ୍ଟୋରରୁ ସଟର ତାଲା ଭାଙ୍ଗି ଚୋରି ଘଟଣା: ୨ ପେଶାଦାର ଅପରାଧୀ ଗିରଫ , ନଗଦ ଟଙ୍କା ସହ ବିଭିନ୍ନ ସାମଗ୍ରୀ ଜବତ

ବାଲିଗୁଡା,୨୪।୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଟାଉନରେ ଏକ ଚୋରି ଘଟଣାରେ ବାଲିଗୁଡା ବୋଲିସ ସୋମବାର ୨ ପେଶାଦାର ଅପରାଧୀଙ୍କ ସମେତ କିଛି ଚୋରୀ ସାମଗ୍ରୀ ଜବତ କରିଛି। ଏନେଇ ଏସଡିପିଓ ରାମେନ୍ଦ୍ର ପ୍ରସାଦ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ଚଳିତ ମାସ ୧୬ତାରିଖ ରାତ୍ର ଦୁଇଟା ପରେ ପରେ ବାଲିଗୁଡା ଟାଉନର ତହସିଲଦାରଙ୍କ କ୍ୱାଟର ସମ୍ମୁଖରେ ଥିବା ଗିରିଜା ମେଡିସିନ ଷ୍ଟୋରରୁ ଦୁର୍ବୁତ୍ତ ସଟର ତାଲା ଭାଙ୍ଗି ଦୋକାନରେ ପଶି ନଗଦ ୭ ହଜାର ଟଙ୍କା ଓ ମୋବାଇଲ ଚାର୍ଜର, ସ୍ମାର୍ଟ ଘଣ୍ଟା ସମେତ ଅନ୍ୟ କିଛି ଜିନିଷ ନେଇଯାଇଥିଲେ। ଏନେଇ ମେଡ଼ିସିନ ଷ୍ଟୋର ମାଲିକ ଲିଟନ କୁମାର ଦୋରା ବାଲିଗୁଡା ଥାନାରେ ଏତଲା ଦାଏର କରିଥିଲେ। କେସ ନଂ.୫୧/୨୫ ପ୍ରକାରେ ଏତଲାକୁ ଭିର୍ତ୍ତି କରି ତଦନ୍ତ କାରୀ ଅଧିକାରୀ ଏଏସଆଇ ଉମା ଶଙ୍କର ନିଆଲ ତନାଘନା ତଦନ୍ତ ଅବ୍ୟାହତ ରଖି ସୋମବାର ଅପରାହ୍ନରେ ଘଟଣାର ପର୍ଦାଫାଶ କରି ବାଲିଗୁଡା ହାଟପଦା ସାହିର ଦୁଇଜଣ ପେଶାଦାର ଅପରାଧୀ ରିଙ୍କୁ ନାୟକ(୩୦), ଏବଂ ଶୁଭମ ଓରଫ କାଳିଆ ଦିଗାଲ (୨୨) ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଉଭୟେ ବାଲିଗୁଡ଼ା ଲିଟନ କୁମାର ଦୋରାଙ୍କ ଔଷଧ ଦୋକାନରେ ଚୋରି କରିଥିଲେ। ଦୋକାନର ସିସିଟିଭି ଫୁଟେଜ ଆଧାରରେ କିଛି ମାନବିକ ବୁଦ୍ଧିମତ୍ତା ସାହାଯ୍ୟରେ ଅପରାଧୀମାନଙ୍କୁ ଧରି ଚୋରି ସାମଗ୍ରୀ ଉଦ୍ଧାର କରାଯାଇଛି। ଦୁଇ ଅଭିଯୁକ୍ତ କିଛି ଟଙ୍କା ଖର୍ଚ୍ଚ କରିଛନ୍ତି। ସେମାନଙ୍କ ନିକଟରୁ ନଗଦ ୨୦୩୦ ଟଙ୍କା, ମୋବାଇଲ ଫୋନ ସ୍ମାର୍ଟ ଘଣ୍ଟା ଏବଂ ଚାର୍ଜର ଜବତ କରାଯାଇଛି। ଦୋକାନର ସଟରର ତାଲା ଭାଙ୍ଗିବା ପାଇଁ ବ୍ୟବହୃତ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri